ପ୍ରମୁଖ ଖବର

ଏସିଆନ୍ ଗେମ୍ସରେ ଭାରତକୁ ୫ ପଦକ, ମୋଟ ସଂଖ୍ୟା ୧୭
‘ମେକ୍ ଇନ୍ ଇଣ୍ଡିଆ’ରେ ଶିଳ୍ପ ଉତ୍ପାଦନରେ ବଡ଼ ବୃଦ୍ଧି
ହରିୟାଣାରେ ତୀର୍ଥଯାତ୍ରୀଙ୍କ ଟ୍ରାକ୍ଟର-ଟ୍ରଲି ଦୁର୍ଘଟଣା, ୬ ମୃତ
ବିଜେପିର ସାଂଗଠନିକ ନିଯୁକ୍ତି, ଓଡ଼ିଶା ଦାୟିତ୍ୱରେ ମାନସ ମହାନ୍ତି
କାବେରୀ ଜଳ ବିବାଦ: କୋର୍ଟ ନିର୍ଦ୍ଦେଶ ବିରୋଧରେ ଅପିଲ୍‌ କରିବ କର୍ଣ୍ଣାଟକ
ଜାମସେଦପୁରରେ ଭୟଙ୍କର ଦୁର୍ଘଟଣା, ମନ୍ତ୍ରୀଙ୍କ ଝିଅ ସମେତ ୪ ମୃତ
ଆମେରିକାର ଚାପରେ ରୁଷ ତୈଳ କିଣା ବନ୍ଦ କରିବନି ଭାରତ: ନିର୍ମଳା
ଯମୁନା ଏକ୍ସପ୍ରେସ୍‌ୱେରେ ଜଳିଗଲା ସ୍ଲିପର ବସ୍‌, ୯ ଜୀବନ୍ତ ଦଗ୍ଧ
ଏମ୍ସରେ ବାଚସ୍ପତି ସୁରମା ପାଢ଼ୀ, ଭେଟିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ୨.୪୭ ଲକ୍ଷ କୋଟିର ଶିଳ୍ପ ନିବେଶକୁ ମଞ୍ଜୁରୀ

ଆଳି ଏକମାଣିଆ ମଇଁଷି ମୃତ୍ୟୁ ଘଟଣା : ମିଳିବ କ୍ଷତିପୂରଣ

0

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଏକମାଣିଆ ମଇଁଷି ମୃତ୍ୟୁ ଘଟଣାରେ ମିଳିବ କ୍ଷତିପୂରଣ। ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ମନୋଜ ପଟ୍ଟନାୟକ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଗ୍ରାମର ୩ ଗୋପାଳକଙ୍କ ୭୩ ମଇଁଷିଙ୍କ ବ୍ରାହ୍ମଣୀ ନଦୀ ଶାଖା ଦକ୍ଷିଣଡିହା ଗଳିଆ ପାଣି ନାଳିରେ ମୃତ୍ୟୁ ଘଟିବା ଏବେବି ସନ୍ଦେହ ଘେରରେ ରହିଛି।

ସୂଚନା ଅନୁଯାୟୀ କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅନ୍ତର୍ଗତ ଏକମାଣିଆ ଗାଁର ୩ଜଣ ଚାଷୀଙ୍କର ଏକକାଳୀନ ୭୩ ମଇଁଷିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ମଇଁଷିଙ୍କର ପତ୍ତା ମିଳୁନାହିଁ। ରବିବାର ସକାଳ ପ୍ରାୟ ୮ଟାରେ ଏକମାଣିଆ ଗାଁର ଗଣେଶ ଦାସ, ଜଗନ୍ନାଥ ଦାସ ଓ ପରମାନନ୍ଦ ବିଶ୍ୱାଳଙ୍କ ୮୮ ମଇଁଷି ଗଳିଆ ନାଳି ପାଖରେ ବନ୍ଧା ହୋଇଥିଲେ। ମଇଁଷିମାନଙ୍କୁ ଖାଇବାକୁ ଦିଆଯିବା ସହ କ୍ଷୀରଦୁହାଁ ଯିବା ପରେ ଚରିବା ପାଇଁ ପଘା ଖୋଲା ଯାଇଥିଲା। ଗଳିଆ ନାଳି ପାର ହୋଇ ଚରି ଚରି ଆଗକୁ ମଇଁଷି ସବୁ ଯାଉଥିଲେ। କିଛି ସମୟ ପରେ ମଇଁଷିମାନେ ଛନ୍ଦାଛନ୍ଦି ହୋଇ ପାଣିରେ ବୁଡ଼ି ଯାଇଥିଲେ। ଗୋପାଳକ ଏହା ଦେଖି ଗ୍ରାମବାସୀଙ୍କୁ ଖବର ଦେବା ପରେ ୨ଟି ଡଙ୍ଗା ନେଇ ନାଳି ମଧ୍ୟରେ ଖୋଜାଖୋଜି କରି ୭୩ ମଇଁଷିଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା।

ମଇଁଷି ନଦୀରେ ପହଁରି ଯାତାୟାତ କରିବା ସହ ଦୀର୍ଘ ସମୟ ପାଣିରେ ପଡ଼ି ରହିଥାନ୍ତି। କିନ୍ତୁ ଯେଉଁ ନାଳି ଦେଇ ସବୁଦିନ ମଇଁଷିମାନେ ଯାତାୟାତ କରନ୍ତି, ସେହି ନାଳିରେ ବୁଡ଼ି ମରିବା ଘଟଣା ଗୋପାଳକଙ୍କୁ ଆଶ୍ଚର୍ଯ୍ୟ କରିଛି। ମଇଁଷି ରଖି ପରିବାରର ଗୁଜୁରାଣ ମେଣ୍ଟାଉଥିବା ପରିବାର ସମ୍ପୂର୍ଣ୍ଣ ଭାବେ ଭାଙ୍ଗି ପଡ଼ିଛନ୍ତି। କୁମ୍ଭୀର ଆକ୍ରମଣ ନା ଚିଙ୍ଗୁଡ଼ିଘେରିର ରାସାୟନିକ ପାଣି ଯୋଗୁ ବିଷକ୍ରିୟାରେ ମଇଁଷିଙ୍କ ମୃତ୍ୟୁ ଘଟିଛି ତାହାକୁ ନେଇ ଅଞ୍ଚଳବାସୀ ଆଲୋଚନା କରୁଛନ୍ତି।

ଏକମାଣିଆ ଗ୍ରାମର ମଇଁଷିପାଳକ ଗଣେଶ ଦାସଙ୍କ ୪୦, ଜଗନ୍ନାଥ ଦାସଙ୍କ ୧୭ ଓ ପରମାନନ୍ଦ ବିଶ୍ୱାଳଙ୍କ ୧୬ ମଇଁଷିଙ୍କ ମଧ୍ୟ ମୃତ୍ୟୁ ଘଟିଛି। ଅପରପକ୍ଷେ ଜଗନ୍ନାଥଙ୍କ ୩ଟି ଓ ପରମାନନ୍ଦଙ୍କର ୧୨ ମଇଁଷି ସୌଭାଗ୍ୟବଶତଃ ବଞ୍ଚି ଯାଇଛନ୍ତି।

Leave A Reply

Your email address will not be published.