ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ

0

ଅନୁଗୁଳ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ସୁନ୍ଦରଗଡ଼ର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ। ଗତକାଲି ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମର ୮ ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।

ସୁରେନ୍ଦ୍ରଙ୍କ ଆଉ ବର୍ଷେ ଚାକିରି ଥିଲା। ଅବସର ପୂର୍ବରୁ ସେ ଭିଜିଲାନ୍ସ ଜାଲରେ ପଡ଼ିଯାଇଛନ୍ତି। ଚଢାଉରେ ସୁରେନ୍ଦ୍ର ବେହେରାଙ୍କ ନିକଟରୁ ଦୁଇ ମହଲା ବିଶିଷ୍ଟ କୋଠା, ଭୁବନେଶ୍ୱରରୁ ୨ଟି ଫ୍ଲାଟ, ୪ଟି ଉଚ୍ଚ ମୂଲ୍ୟର ପ୍ଲଟ, ନଗଦ ୨.୩୩ ଲକ୍ଷ ଟଙ୍କା, ପ୍ରାୟ ୫୪ ଲକ୍ଷ ଟଙ୍କା ଜମା ଇତ୍ୟାଦି ସମ୍ପତ୍ତି ଥିବା ଜଣାପଡ଼ିଥିଲା। ଯାହାର ସେ ସନ୍ତୋଷଜନକ ଭାବରେ ହିସାବ ଦେଇପାରି ନଥିଲେ। ସୁରେନ୍ଦ୍ର ବେହେରାଙ୍କ ଘରେ ସ୍ୱତନ୍ତ୍ର ବିଚାରପତି, ସୁନ୍ଦରଗଡ଼, ଭିଜିଲାନ୍ସଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
ଏହି ସମ୍ପର୍କରେ, ଅନୁଗୁଳର ଜଳସେଚନ ବିଭାଗରେ ଅଧିକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ବିରୋଧରେ ରାଉରକେଲା ଭିଜିଲାନ୍ସ ପିଏସ୍ ମାମଲା ନମ୍ବର ୯/୨୦୨୫ ରୁଜୁ କରିଛି। ଗତକାଲି ଏହି ଚଢାଉରେ ୩ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୪ଜଣ ଏଏସ୍‌ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଭୁବନେଶ୍ୱର, ରାଉରକେଲା ସୁନ୍ଦରଗଡ଼, ଅନୁଗୁଳ, ଗଞ୍ଜାମର ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା।

Leave A Reply

Your email address will not be published.