ପ୍ରମୁଖ ଖବର

ସାମୁଦ୍ରିକ ଭିତ୍ତିଭୂମି ବିକାଶର ନୂଆ ରୋଡମ୍ୟାପ୍ ଦେଲେ ମୁଖ୍ୟମନ୍ତ୍ରୀ
ଆଗାମୀ କିଛି ବର୍ଷରେ ଦେଶର ଅଗ୍ରଣୀ ଔଦ୍ୟୋଗିକ ହବ୍ ପାଲଟିବ ପାରାଦୀପ
ବିଶ୍ୱ ଦରବାରରେ ଓଡ଼ିଆ ଅସ୍ମିତାକୁ ସୁଦୃଢ଼ କରୁଛି ବୋଇତ ବନ୍ଦାଣ ପରମ୍ପରା
ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ
ପୂର୍ବ ଏସିଆର ଗେଟ୍‌-ୱେ ଭାବେ ଓଡ଼ିଶାର ପରିଚୟ ସୁଦୃଢ଼ ହେଉଛି
ପାନୀୟ ଜଳର ମାନ ନେଇ ବିସଲେରି ଅଡୁଆରେ, FSSAI ନେଲା କାର୍ଯ୍ୟାନୁଷ୍ଠାନ
ଆୟୁଷ୍ମାନ ଯୋଜନାରେ ଅଢ଼େଇ ବର୍ଷରେ ୨୫ ଲକ୍ଷରୁ ଅଧିକ ରୋଗୀଙ୍କୁ ଚିକିତ୍ସା
ଏସିଆରେ ତୃତୀୟ ସ୍ଥାନରେ ଭାରତ, ମୋଦିଙ୍କୁ ନେଇ ରିପୋର୍ଟରେ ଉଲ୍ଲେଖ

କୃଷି ସଚିବଙ୍କ ଚେତାବନୀ; ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ

0

ନ୍ୟୁଜ୍ ବ୍ୟୁରୋ: କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରି। ସେ କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ ସରକାରୀ ନିର୍ଦ୍ଦେଶର କାର୍ଯ୍ୟକାରିତାକୁ ସ୍ଥଗିତ ରଖାଯିବ ନାହିଁ। ଅଗଷ୍ଟ ୩୧, ୨୦୨୫ ସୁଦ୍ଧା ତାଙ୍କ ନିଯୁକ୍ତ ସ୍ଥାନରେ ଯୋଗଦେବାରେ ବିଫଳ ହେଉଥିବା ଯେକୌଣସି ଅଧିକାରୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଦାୟୀ ରହିବେ ଏବଂ ଏପରି ଅଧିକାରୀମାନଙ୍କର ଦରମା ଆସନ୍ତା ସେପ୍ଟେମ୍ବର ମାସରୁ ବନ୍ଦ କରାଯିବ। ପୋଷ୍ଟିଂ ଆଦେଶର ପରିବର୍ତ୍ତନ ପାଇଁ ଅନୈତିକ ବାହ୍ୟ ପ୍ରଭାବ ଆଣିବାର ପ୍ରୟାସ କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତେଇ ଦିଆଯାଇଛି।

ନିର୍ଦ୍ଦେଶାଳୟ, କ୍ଷେତ୍ର ପ୍ରତିଷ୍ଠାନର ମୁଖ୍ୟ, ଅଧିକାରୀମାନଙ୍କୁ ଆଦେଶର ଅନୁପାଳନ ଉପରେ ନଜର ରଖିବାକୁ ଏବଂ କାର୍ଯ୍ୟସ୍ଥଳରେ ଯୋଗଦାନ ନ ଦେଉଥିବା ମାମଲାଗୁଡ଼ିକୁ ବିଭାଗରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତୃଣମୂଳସ୍ତରରେ କାର୍ଯ୍ୟାଳୟଗୁଡ଼ିକର ସୁଗମ କାର୍ଯ୍ୟ ପାଇଁ ଏହି ବିଜ୍ଞପ୍ତି ଜାରି କରାଯାଇଛି।

Leave A Reply

Your email address will not be published.