ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ରିମାଣ୍ଡରେ ଆସିବେ ଦୁଇ ଅଭିଯୁକ୍ତ

0

ଭୁବନେଶ୍ବର: ସ୍ଵତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆଜି ଆଉ ଦୁଇ ଅଭିଯୁକ୍ତ ରିମାଣ୍ଡକୁ ଯିବେ। ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇ ଆଜି ରିମାଣ୍ଡରେ ଆସିବେ। ଚୌଦ୍ଵାର ଜେଲ୍‌ରୁ ବଲ୍‌ରୁ କ୍ରାଇମ୍‌ବ୍ରାଞ୍ଚ ସେମାନଙ୍କୁ ମୁଖ୍ୟାଳୟକୁ ଆଣି ଜେରା କରିବ।ଉଭୟ ପ୍ରଶ୍ନପତ୍ର ପ୍ରଘଟରେ କେଉଁ ଭୂମିକା ନିଭାଇ ଥିଲେ। କିଭଳି ଏହି କାରବାରରେ ସମ୍ପୃକ୍ତ ହେଲେ, ଏଥିପାଇଁ ତାଙ୍କୁ କେତେ ଟଙ୍କା ଟଙ୍କା ମିଳିଛି ଏବଂ ଆଉ କିଏ କିଏ ସମ୍ପୃକ୍ତ ରହିଛନ୍ତି, ସେଥିନେଇ ବିଭିନ୍ନ ପ୍ରଶ୍ନ ଉପରେ କ୍ରାଇମବ୍ରାଞ୍ଚ ଜେରା କରିବ।

ଏବେ ବି ଓଟିଇଟି ତଦନ୍ତ ପ୍ରକ୍ରିୟା ଜାରି ରହିଛି। କ୍ରାଇମବ୍ରାଞ୍ଚ ପ୍ରଥମ ପର୍ଯ୍ୟାୟରେ ସାଢେ ତିନି ଲକ୍ଷ ଟଙ୍କା କାରବାର ହୋଇଥିବା ଜାଣିବାକୁ ପାଇଥିଲା। ରାମ୍‌ଜୀ ଏବଂ ସନାତନଙ୍କୁ ରିମାଣ୍ଡରେ ଆଣିବାକୁ କଟକ ଜେଏମଏଫସି-୩ କୋର୍ଟ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି। ବାଦାମବାଡ଼ି ଅଞ୍ଚଳର ଜଣେ ବ୍ୟବସାୟ ହୋଇଥିବାବେଳେ ସନାତନ ହେଉଛନ୍ତି କୋରାପୁଟ ଏକ୍ସ- କ୍ୟାଡର ଶିକ୍ଷକ ସଂଘର ସଭାପତି।

Leave A Reply

Your email address will not be published.