ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

କେନ୍ଦୁଝରରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

0

କେନ୍ଦୁଝର: ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା। କେନ୍ଦୁଝରର ଲୁହାପଥର ବିଦେଶକୁ ରପ୍ତାନୀ ହୋଇ କାମରେ ଆସୁଛି କିନ୍ତୁ ଓଡିଶାରେ ଏହା କାହିଁକି ବ୍ୟବହାର ହୋଇପାରୁନାହିଁ ବୋଲି ମୁଖ୍ୟମନ୍ତ୍ରୀ ସବୁବେଳେ ଦାବୀ କରିଆସୁଥିଲେ ଏବଂ ଏଥିପାଇଁ ଲଗାତାର ଉଦ୍ୟମ ଜାରି ରଖିଥିଲେ।

କେନ୍ଦୁଝର ଜିଲ୍ଲାବାସୀଙ୍କ ବହୁତ ଦିନର ସ୍ୱପ୍ନ ଥିଲା, ଜିଲ୍ଲାରେ ଇସ୍ପାତ କାରଖାନା। ଆଜି ଏହା ସାକାର ହେବାକୁ ଯାଉଛି, ଏହା ସମ୍ଭବ ହୋଇଛି ମୁଖ୍ୟମନ୍ତ୍ରୀଙ୍କ ଆନ୍ତରିକ ପ୍ରଚେଷ୍ଟା ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ବୋଲି ଆଜି ଧନ୍ୟବାଦ ଦେବାପାଇଁ ଆସିଥିଲେ କେନ୍ଦୁଝର ଜିଲ୍ଲାବାସୀ। କେନ୍ଦୁଝର ଜିଲ୍ଲାର ପ୍ରାୟ ସମସ୍ତ ଅଞ୍ଚଳର ଆଦିବାସୀ ମଞ୍ଚ, ଯୁବ ଛାତ୍ରସାମୁଖ୍ୟ, ନାଗରିକ ମଞ୍ଚ, ପ୍ରେସ୍ କ୍ଲବ, ବୁଦ୍ଧିଜୀବି ଓ ଅନ୍ୟାନ୍ୟ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟ, ସ୍ଥାନୀୟ ଜନପ୍ରତିନିଧିମାନେ ହଜାର ହଜାର ସଂଖ୍ୟାରେ ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କୁ ଉଚ୍ଛ୍ୱସିତ ସମ୍ୱର୍ଦ୍ଧନା ଓ ଧନ୍ୟବାଦ ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କର ଓଡ଼ିଶା, ବିଶେଷକରି କେନ୍ଦୁଝର ଜିଲ୍ଲାକୁ ଏହି ଅମୂଲ୍ୟ ଉପହାର ପାଇଁ ମଧ୍ୟ କୃତଜ୍ଞତା ଜ୍ଞାପନ କରିଛନ୍ତି ଜିଲ୍ଲାବାସୀ। କେନ୍ଦୁଝର ଜିଲ୍ଲାବାସୀଙ୍କ ସହିତ ପାଟଣା ବିଧାୟକ ଅଖିଳ ନାୟକ ଏବଂ ତେଲକୋଇ ବିଧାୟକ ଡ.ଫକୀର ନାୟକ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାବାସୀଙ୍କୁ କହିଥିଲେ ଯେ, ଖଣିବହୁଳ କେନ୍ଦୁଝର ଜିଲ୍ଲା ସମୃଦ୍ଧ ହେଲେ ଓଡ଼ିଶା ସମୃଦ୍ଧ ହେବ। ଇସ୍ପାତ କାରଖାନା ଦାବୀ ଜିଲ୍ଲାବାସୀଙ୍କର ସବୁଠୁ ପୁରୁଣା ଓ ବଡ଼ ଦାବୀ ଥିଲା। ପୂର୍ବରୁ ପ୍ରଧାନମନ୍ତ୍ରୀ ଦେଶର ଖଣିବହୁଳ ରାଜ୍ୟରେ ଚାରୋଟି ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ କରିବା ପାଇଁ ଘୋଷଣା କରିଥିଲେ। ଏହି ଇସ୍ପାତ କାରଖାନା କେନ୍ଦୁଝର ଜିଲ୍ଲା ଓ ସମୃଦ୍ଧ ଓଡ଼ିଶାର ଭବିଷ୍ୟତ ନିର୍ମାଣ କରିବ । ଆଗାମୀ ଦିନରେ ପାଟଣା ଅଞ୍ଚଳ ମଧ୍ୟ ରାଉରକେଲା ଭଳି ଏକ ଅତ୍ୟାଧୁନିକ ସହରରେ ପରିଣତ ହେବ।

Leave A Reply

Your email address will not be published.