ପ୍ରମୁଖ ଖବର

ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋହନ ମାଝୀ
ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ
ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲା ଦିଲ୍ଲୀରୁ ଗିରଫ ‌ହେଲେ ଦୁଇ ଅଭିଯୁକ୍ତ
୨ ମାସର ଶିଶୁ ପାଇଁ ଉଛୁଳା ନାଳକୁ ଡେଇଁଲେ ନର୍ସ
ଢେଙ୍କାନାଳ ଏସପିଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ
ଡିସେମ୍ବର ସୁଦ୍ଧା ପୂରଣ ହେବ ଅଗ୍ନିଶମ ବିଭାଗରେ ଖାଲିଥିବା ୩୦୦ ପଦବୀ

ଡିସେମ୍ବର ସୁଦ୍ଧା ପୂରଣ ହେବ ଅଗ୍ନିଶମ ବିଭାଗରେ ଖାଲିଥିବା ୩୦୦ ପଦବୀ

0

ଭୁବନେଶ୍ବର: ଆଜି ଭୁବନେଶ୍ବର ବରମୁଣ୍ଡା ଅଗ୍ନିଶମ ପ୍ରଶିକ୍ଷଣ କେନ୍ଦ୍ରରେ ଆୟୋଜିତ ୬୧ ତମ ଅଗ୍ନିଯୋଦ୍ଧା ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସେମାନଙ୍କ ମନୋବଳ ବଢାଇବା ସହ କାମକୁ ସମ୍ମାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପଦରେ ପଡ଼ିଥିବା ଲୋକଙ୍କ ପାଇଁ ସରକାରଙ୍କ ପକ୍ଷରୁ ସହାୟତା ଦେବା ପାଇଁ ପ୍ରଥମେ ପହଞ୍ଚିଥାନ୍ତି ଆମ ଅଗ୍ନିଯୋଦ୍ଧାମାନ । ସେମାନେ ହେଉଛନ୍ତି ପ୍ରଥମ ରେସ୍ପଣ୍ଡର। ବିପନ୍ନ ଲୋକଙ୍କ ପାଖରେ ସେମାନେ ସରକାରଙ୍କ ଚେହେରା।

ଏହା ସହ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ଆଜି ସମୁଦାୟ ୯୧୧ ଜଣ ଅଗ୍ନିଯୋଦ୍ଧା ପାସିଙ୍ଗ ଆଉଟ ପରେଡରେ ଯୋଗ ଦେଇ ଅଗ୍ନିଶମ ବାହିନୀରେ କାର୍ଯ୍ୟାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଗତ ଏକ ବର୍ଷ ମଧ୍ୟରେ ଅଗ୍ନିଶମ ବିଭାଗର ଖାଲିଥିବା ୯୧୧ ପଦବୀ ପୂରଣ ହୋଇଛି। ସେମାନେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଆଉ ପ୍ରାୟ ୩୦୦ ପଦବୀ ଖାଲି ରହିଛି ଏବଂ ଏହାକୁ ଡିସେମ୍ୱର ସୁଦ୍ଧା ପୂରଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ଅଗ୍ନିଶମ ବିଭାଗ ସାରା ଦେଶରେ ନିଜ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। କାର୍ଯ୍ୟଦକ୍ଷତା ଭିତ୍ତିରେ ଦେଶର ସର୍ବଶ୍ରେଷ୍ଠ ତିନି ଗୋଟି ରାଜ୍ୟ ମଧ୍ୟରେ ସ୍ଥାନିତ ହୋଇଛି। ଓଡ଼ିଶା ଅଗ୍ନିଶମ ବିଭାଗ ଏବଂ ଅଗ୍ନିଯୋଦ୍ଧାମାନେ The best in business in the country ବୋଲି ସେ କହିଥିଲେ। ବିଗତ ଏକ ବର୍ଷ ମଧ୍ୟରେ ରାଜ୍ୟରେ ଥିବା ୩୪୬ ଟି ଦମକଳ କେନ୍ଦ୍ର ପାଖାପାଖି ୫୦ ହଜାର କଲ୍‍ ଆଟେଣ୍ଡ କରିଛନ୍ତି। ୭୫୯୯ ମୂଲ୍ୟବାନ ଜୀବନ ବଞ୍ଚାଇଛନ୍ତି, ୧୭ ହଜାର ପ୍ରାଣୀଙ୍କୁ ଉଦ୍ଧାର କରିଛନ୍ତି। ଏ ସମସ୍ତ କାମ ସରକାରଙ୍କ ପାଇଁ ସୁନାମ ଆଣିଛି।

ପ୍ରଶିକ୍ଷାର୍ଥୀମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଗ୍ନିଯୋଦ୍ଧାମାନେ କାର୍ଯ୍ୟକ୍ଷେତ୍ରରେ ବହୁ କଠିନ ପରିଶ୍ରମ କରିଥାନ୍ତି । ସେଥିପାଇଁ ସବୁବେଳେ ଓ ସବୁ ସମୟରେ ଶାରୀରିକ ଫିଟ୍‍ ରହିବା ଆବଶ୍ୟକ। ଏ ଦିଗରେ ଆଜି ନୂଆକରି ଦାୟିତ୍ୱ ନେଉଥିବା ଓ ବିଭାଗରେ ପୂର୍ବରୁ କାର୍ଯ୍ୟ କରୁଥିବା ସମସ୍ତ ଅଗ୍ନିଯୋଦ୍ଧାମାନେ ସଚେତନ ରହିବା ଆବଶ୍ୟକ।

Leave A Reply

Your email address will not be published.