ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଡିସେମ୍ବର ସୁଦ୍ଧା ପୂରଣ ହେବ ଅଗ୍ନିଶମ ବିଭାଗରେ ଖାଲିଥିବା ୩୦୦ ପଦବୀ

0

ଭୁବନେଶ୍ବର: ଆଜି ଭୁବନେଶ୍ବର ବରମୁଣ୍ଡା ଅଗ୍ନିଶମ ପ୍ରଶିକ୍ଷଣ କେନ୍ଦ୍ରରେ ଆୟୋଜିତ ୬୧ ତମ ଅଗ୍ନିଯୋଦ୍ଧା ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସେମାନଙ୍କ ମନୋବଳ ବଢାଇବା ସହ କାମକୁ ସମ୍ମାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପଦରେ ପଡ଼ିଥିବା ଲୋକଙ୍କ ପାଇଁ ସରକାରଙ୍କ ପକ୍ଷରୁ ସହାୟତା ଦେବା ପାଇଁ ପ୍ରଥମେ ପହଞ୍ଚିଥାନ୍ତି ଆମ ଅଗ୍ନିଯୋଦ୍ଧାମାନ । ସେମାନେ ହେଉଛନ୍ତି ପ୍ରଥମ ରେସ୍ପଣ୍ଡର। ବିପନ୍ନ ଲୋକଙ୍କ ପାଖରେ ସେମାନେ ସରକାରଙ୍କ ଚେହେରା।

ଏହା ସହ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ଆଜି ସମୁଦାୟ ୯୧୧ ଜଣ ଅଗ୍ନିଯୋଦ୍ଧା ପାସିଙ୍ଗ ଆଉଟ ପରେଡରେ ଯୋଗ ଦେଇ ଅଗ୍ନିଶମ ବାହିନୀରେ କାର୍ଯ୍ୟାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଗତ ଏକ ବର୍ଷ ମଧ୍ୟରେ ଅଗ୍ନିଶମ ବିଭାଗର ଖାଲିଥିବା ୯୧୧ ପଦବୀ ପୂରଣ ହୋଇଛି। ସେମାନେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଆଉ ପ୍ରାୟ ୩୦୦ ପଦବୀ ଖାଲି ରହିଛି ଏବଂ ଏହାକୁ ଡିସେମ୍ୱର ସୁଦ୍ଧା ପୂରଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶା ଅଗ୍ନିଶମ ବିଭାଗ ସାରା ଦେଶରେ ନିଜ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। କାର୍ଯ୍ୟଦକ୍ଷତା ଭିତ୍ତିରେ ଦେଶର ସର୍ବଶ୍ରେଷ୍ଠ ତିନି ଗୋଟି ରାଜ୍ୟ ମଧ୍ୟରେ ସ୍ଥାନିତ ହୋଇଛି। ଓଡ଼ିଶା ଅଗ୍ନିଶମ ବିଭାଗ ଏବଂ ଅଗ୍ନିଯୋଦ୍ଧାମାନେ The best in business in the country ବୋଲି ସେ କହିଥିଲେ। ବିଗତ ଏକ ବର୍ଷ ମଧ୍ୟରେ ରାଜ୍ୟରେ ଥିବା ୩୪୬ ଟି ଦମକଳ କେନ୍ଦ୍ର ପାଖାପାଖି ୫୦ ହଜାର କଲ୍‍ ଆଟେଣ୍ଡ କରିଛନ୍ତି। ୭୫୯୯ ମୂଲ୍ୟବାନ ଜୀବନ ବଞ୍ଚାଇଛନ୍ତି, ୧୭ ହଜାର ପ୍ରାଣୀଙ୍କୁ ଉଦ୍ଧାର କରିଛନ୍ତି। ଏ ସମସ୍ତ କାମ ସରକାରଙ୍କ ପାଇଁ ସୁନାମ ଆଣିଛି।

ପ୍ରଶିକ୍ଷାର୍ଥୀମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଅଗ୍ନିଯୋଦ୍ଧାମାନେ କାର୍ଯ୍ୟକ୍ଷେତ୍ରରେ ବହୁ କଠିନ ପରିଶ୍ରମ କରିଥାନ୍ତି । ସେଥିପାଇଁ ସବୁବେଳେ ଓ ସବୁ ସମୟରେ ଶାରୀରିକ ଫିଟ୍‍ ରହିବା ଆବଶ୍ୟକ। ଏ ଦିଗରେ ଆଜି ନୂଆକରି ଦାୟିତ୍ୱ ନେଉଥିବା ଓ ବିଭାଗରେ ପୂର୍ବରୁ କାର୍ଯ୍ୟ କରୁଥିବା ସମସ୍ତ ଅଗ୍ନିଯୋଦ୍ଧାମାନେ ସଚେତନ ରହିବା ଆବଶ୍ୟକ।

Leave A Reply

Your email address will not be published.