ପ୍ରମୁଖ ଖବର

ଓଡ଼ିଶା ହେବ ‘ବିହନ ହବ୍’: ଉପମୁଖ୍ୟମନ୍ତ୍ରୀ
ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ
ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି
କୁର୍ଣ୍ଣୁଲରେ ଜଳିଗଲା ବସ୍‌: ୨୦ ଯାତ୍ରୀ ଜୀବନ୍ତ ଦଗ୍ଧ

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ

0

ପୁରୀ: ଶ୍ରୀମନ୍ଦିର ପରିସରରେ ଖୋଲିବ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଜନା ହୋଇଛି। ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି। ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି। ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ୟାଳୟ ନିକଟରେ ଏହା କାର୍ଯ୍ୟକ୍ଷମ ହେବାକୁ ନିଷ୍ପତ୍ତି ହୋଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚିସ୍ମିତା ଏବଂ ଅନ୍ୟ ଅଧିକାରୀ ଏ ସମ୍ବନ୍ଧରେ ଆଲୋଚନା କରି ଏହି ସ୍ବତନ୍ତ୍ର ଗୃହ ସ୍ଥାପନା ପାଇଁ ସ୍ଥାନ ନିରୂପଣ କରିଛନ୍ତି। ସମ୍ପୃକ୍ତ ଗୃହରେ ଗୋପନୀୟତା, ପରିମଳ ଏବଂ ମା’ ତଥା ଶିଶୁଙ୍କ ସ୍ବାଛନ୍ଦ୍ୟ ଉପରେ ଦୃଷ୍ଟି ଦିଆଯିବ। ଏହି ଗୃହ ସକାଶେ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ମଧ୍ୟ ରହିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.