ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ

0

ପୁରୀ: ଶ୍ରୀମନ୍ଦିର ପରିସରରେ ଖୋଲିବ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଜନା ହୋଇଛି। ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି। ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପରିସରରେ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ କରାଯିବାକୁ ଯୋଜନା ହୋଇଛି। ଶ୍ରୀମନ୍ଦିର ପରିସରରେ ପ୍ରଶାସନର ଶାଖା କାର୍ଯ୍ୟାଳୟ ନିକଟରେ ଏହା କାର୍ଯ୍ୟକ୍ଷମ ହେବାକୁ ନିଷ୍ପତ୍ତି ହୋଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ, ବିଦାୟୀ ଆରକ୍ଷୀ ଅଧୀକ୍ଷକ ପିନାକ ମିଶ୍ର, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ବରିଷ୍ଠ ସୁପରଭାଇଜର ବକ୍ସି ପ୍ରତିହାରୀ, ସହକାରୀ ପ୍ରଶାସିକା ଶୁଭଶ୍ରୀ ସୁଚିସ୍ମିତା ଏବଂ ଅନ୍ୟ ଅଧିକାରୀ ଏ ସମ୍ବନ୍ଧରେ ଆଲୋଚନା କରି ଏହି ସ୍ବତନ୍ତ୍ର ଗୃହ ସ୍ଥାପନା ପାଇଁ ସ୍ଥାନ ନିରୂପଣ କରିଛନ୍ତି। ସମ୍ପୃକ୍ତ ଗୃହରେ ଗୋପନୀୟତା, ପରିମଳ ଏବଂ ମା’ ତଥା ଶିଶୁଙ୍କ ସ୍ବାଛନ୍ଦ୍ୟ ଉପରେ ଦୃଷ୍ଟି ଦିଆଯିବ। ଏହି ଗୃହ ସକାଶେ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ମଧ୍ୟ ରହିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.