ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ସେପ୍ଟେମ୍ବର ୧୫ରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ: ଆଇନ ମନ୍ତ୍ରୀ

0

ପୁରୀ: ପୁରୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଧାଡ଼ି ଦର୍ଶନ ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ ହେବ। କାର୍ତ୍ତିକରେ ଲକ୍ଷାଧିକ ଭକ୍ତ ପୁରୀ ଆସିବେ ବୋଲି ଧାଡ଼ି ଦର୍ଶନ ବ୍ୟବସ୍ଥା ହେବା ନେଇ ଦାବି ହୋଇଆସୁଥିଲା। ପାଖାପାଖି ଏକ ବର୍ଷ ହେବ ଧାଡ଼ି ଦର୍ଶନ ନେଇ ଯୋଜନା ହେଉଥିବେବେଳେ, ଏନେଇ ଆଜି ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ଧାଡ଼ି ଦର୍ଶନ ପାଇଁ ମନ୍ଦିର ପ୍ରଶାସନ ସଂପୂର୍ଣ୍ଣ ପ୍ରସ୍ତୁତ ଅଛି। ଏହାଦ୍ବାରା ଭିଡ଼ ନିୟନ୍ତ୍ରଣ ହୋଇପାରିବ, ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ହେବ। ୩ରୁ ୪ ଦିନ ଭିତରେ ପରିଚାଳନା କମିଟି ଗଠନ ହେବ। ପ୍ରଥମ ବୈଠକରେ ହୁଣ୍ଡି ସିଫ୍ଟ ପରେ ଧାଡ଼ି ଦର୍ଶନ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ବ୍ୟାରିକେଡ୍‌ ରେ ଯାଇ ରାମ୍ପ ଉପରେ ଠିଆ ହୋଇଗଲେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ଦର୍ଶନ ମିଳିଯିବ। ଫଳରେ ବଡ଼ଦେଉଳ ବାହାର କାଠ ପାଖରୁ ଶ୍ରଦ୍ଧାଳୁଙ୍କୁ ପାଦ ଟିପରେ ଟେକି ହୋଇ ମହାପ୍ରଭୁଙ୍କ ଦର୍ଶନ କରିବା ଲାଗି ଭିଡ଼ରେ ଦୁର୍ଦ୍ଦଶା ଭୋଗିବାକୁ ପଡ଼ିବନି। ଆଗରେ ଥିବା ଶ୍ରଦ୍ଧାଳୁ ଓ ପଛରେ ଥିବା ଶ୍ରଦ୍ଧାଳୁ ସମସ୍ତେ ମହାପ୍ରଭୁଙ୍କ ଆଖି ପୂରାଇ ବାହାର କାଠ ପାଖରୁ ଠାକୁର ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପୂରା ପ୍ରସ୍ତୁତ ରହିଛି ବୋଲି ମନ୍ତ୍ରୀ କହିଛନ୍ତ।

Leave A Reply

Your email address will not be published.