ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ନବୀନଙ୍କୁ ଭେଟିଲେ ମୋହନ

0

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି। ନବୀନ ନିବାସ ଯାଇ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କର ସୁସ୍ଥତା କାମନା କରି ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ପଚାରିଥିଲେ। ନବୀନ ପଟ୍ଟନାୟକ କହିଥିଲେ, ‘ମୁଁ ସୁସ୍ଥ ଅନୁଭବ କରୁଛି’ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ଥ ନିରାମୟ ଜୀବନ ନିମନ୍ତେ ପ୍ରାର୍ଥନା କରୁଛି।ନିକଟରେ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି ନବୀନ।

ଶୁକ୍ରବାର ସନ୍ଧ୍ୟାରେ ନବୀନ ଡିହାଇଡ୍ରେଶନ ଜନିତ ଅସୁସ୍ଥତା ଅନୁଭବ କରିଥିଲେ। ପ୍ରଥମେ ଏକ ଡାକ୍ତରୀ ଦଳ ନବୀନ ନିବାସରେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ହେଲେ ଅଧିକ ପରୀକ୍ଷାନିରୀକ୍ଷା କରିବା ଲାଗି ହସ୍ପିଟାଲ୍‌ ଆଣିବା ପାଇଁ ପରାମର୍ଶ ଦେବା ପରେ ସେ ସମ୍‌ ଅଲ୍ଟିମେଟ୍‌ ହସ୍ପିଟାଲ ଯାଇଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନବୀନ ନିବାସ ଯାଇ ତାଙ୍କୁ ସାକ୍ଷାତ କରି ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ପ୍ରାୟ ୧୦ ମିନିଟ ଧରି ଆଲୋଚନା ହୋଇଥିଲା।

Leave A Reply

Your email address will not be published.