ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ପିଏମଜିଏସ୍‌ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏନେଇ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି।

ବିଭିନ୍ନ ସ୍କିମ୍ ଓ ବଜେଟ୍‌ ମାଧ୍ୟମରେ ବିଭାଗକୁ ମିଳୁଥିବା ଅର୍ଥରାଶିର ଶତପ୍ରତିଶତ ଉପଯୋଗ କରି ରାଜ୍ୟବାସୀଙ୍କୁ ଉନ୍ନତ ମାନର ଗମନା ଗମନ ସୁବିଧା ଯୋଗାଇ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଏଥିସହିତ ରାସ୍ତା ଓ ସେତୁ ଗୁଡିକର ଗୁଣବତ୍ତା ସହିତ ଏହାର ରକ୍ଷଣା ବେକ୍ଷଣ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ନିମ୍ନ ମାନର କାମ କରୁଥିବା କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପାହାଡିଆ ଅଞ୍ଚଳରେ ଥିବା ଗ୍ରାମଗୁଡିକରେ ଲୋକଙ୍କ ଗମନାଗମନ ପାଇଁ ଉତ୍ତମ ମାନର ରାସ୍ତା ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା କଣ୍ଟ୍ରାକ୍ଟର ମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଅଦ୍ୟାବଧି ଅନୁମୋଦନ ପ୍ରାପ୍ତ ୭୩ ହଜାର ୯୮୪.୮୮ କିଲୋମିଟର ରାସ୍ତା ମଧ୍ୟରୁ ୭୦ ହଜାର ୭୧୧.୨୪ କିଲୋମିଟର ରାସ୍ତା ନିର୍ମାଣ କରି ଓଡିଶା ଭାରତ ବର୍ଷରେ ଚତୁର୍ଥ ସ୍ଥାନ ହାସଲ କରିଛି। ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମାର୍ଗଦର୍ଶିକା ଅନୁଯାୟୀ କାମ କରାଯାଉଥିଲା। ବର୍ତ୍ତମାନ ଏହାର ଚତୁର୍ଥ ପର୍ଯ୍ୟାୟର କାମ ମଧ୍ୟ ହାତକୁ ନିଆଯାଇଛି। ଏହି ପର୍ଯ୍ୟାୟରେ ଆଦିବାସୀ ଅଧ୍ୟୁସିତ ଅଞ୍ଚଳ, ଆକାଂକ୍ଷୀ ବ୍ଲକ, ନକ୍ସଲ ପ୍ରଭାବିତ ଅଞ୍ଚଳ ମାନଙ୍କରେ ସଡକ ଓ ସେତୁ ନିର୍ମାଣ କରାଯିବ। ଚତୁର୍ଥ ପର୍ଯ୍ୟାୟରେ ୧,୦୨୧ଟି ଯୋଗାଯୋଗ ବିହୀନ ଜନ ବସତି ପାଇଁ ୯୪୨ଟି ସଡକ ଓ ୮ଟି ସେତୁ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି।

ସେହିଭଳି ୧୦୦ରୁ ଅଧିକ PVTG ବର୍ଗର ଜନବସତି ଗୁଡିକର ସଂଯୋଗୀ କରଣ ପାଇଁ ପିଏମ୍ ଜନମନ୍ ଯୋଜନାରେ ୭୩ଟି ଗ୍ରାମରେ ୬୬ଟି ରାସ୍ତା ଓ ୪ଟି ସେତୁ ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୪୫୦୦.୩୦ କିଲୋମିଟର ରାସ୍ତା ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୪୬୯.୯୪ କୋଟି ଟଙ୍କା ବ୍ୟୟବରାଦରେ ୫୦୦୦ କିଲୋମିଟର ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା କରାଯାଇଛି। ସେତୁବନ୍ଧନ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୧୮୬ଟି ସେତୁ ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୦୦ ଟି ସେତୁ ନିର୍ମାଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.