ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା, ବସ୍‌ରେ ମାଗଣା ଯିବେ ଛାତ୍ରୀଛାତ୍ର

0

ଭୁବନେଶ୍ୱର: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ମନ୍ତ୍ରୀ କହିଛନ୍ତି। ସେହିପରି ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ଦିଆଯିବ। ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ। NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.