କାମାକ୍ଷାନଗର: ଅନୁଗୁଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ କାନପୁରା ପଞ୍ଚାୟତର ଭାଲୁମୁଣ୍ଡାଠାରେ ଅଜଣା ଗାଡ଼ି ଧକ୍କାରେ ପୋଲିସ୍ ସହକାରୀ ଆରକ୍ଷୀ ନିରୀକ୍ଷକ (ଏଏସଆଇ)ଙ୍କର ମୃତ୍ୟୁ ହୋଇଛି। ସେ ଅନୁଗୁଳ ପୋଲିସରେ କାର୍ଯ୍ୟରତ ଥିଲେ। ଶନିବାର ସନ୍ଧ୍ୟାରେ ମାନସ ସିଂ ନିଜ ବାଇକରେ ଘରକୁ ଫେରୁଥିଲେ। ଏହି ସମୟରେ ଏକ ଅଜଣା ଗାଡି ତାଙ୍କ ବାଇକକୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ଖବରପାଇ କାମାକ୍ଷାନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଇଛି।
ପ୍ରମୁଖ ଖବର
କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ