ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଜଗନ୍ନାଥବଲ୍ଲଭ ପାର୍କିଂରୁ ତଳକୁ ଖସିଲା ବୋଲୋରୋ

0

ପୁରୀ: ପୁରୀ ମେଡିକାଲ ଛକସ୍ଥିତ ଜଗନ୍ନାଥବଲ୍ଲଭ ବହୁତଳ ପାର୍କିଂସ୍ଥଳରେ ଘଟିଛି ଅଘଟଣ। ରବିବାର ପାର୍କିଂସ୍ଥଳରେ ଗାଡ଼ି ପାର୍କିଂ ସମୟରେ ଏକ ବୋଲେରୋ ପ୍ରଥମ ମହଲାରୁ ତଳକୁ ଖସିପଡ଼ିଛି। ଭାରସାମ୍ୟ ହରାଇ ଓଡି ୦୧ ଏସି ୪୫୧୬ ନମ୍ବର ବିଶିଷ୍ଟ ବୋଲେରୋଟି ଗୋଟିଏ ମହଲାରୁ ତଳକୁ ଖସିପଡ଼ିଛି। ଫଳରେ ଡ୍ରାଇଭର ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପୁରୀ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ତେବେ ଗୁରୁତର ଥିବା ଡ୍ରାଇଭର ଜଣକ ଭଦ୍ରକ ବାଲେଶ୍ଵରର ସଞ୍ଜୟ ସେଠୀ।

ସଞ୍ଜୟ ଗାଡ଼ିକୁ ପଛକୁ ପାର୍କିଂ କରୁଥିବା ବେଳେ ଭାରସାମ୍ୟ ହାରାଇ ଗାଡ଼ି ତଳକୁ ପଡ଼ି ଯାଇଥିବା ସୂଚନା ମିଳିଛି। ଅପରପକ୍ଷରେ ବଲ୍ଲଭ ମଲ୍ଟି ଲେବଲ କାର୍ ପାର୍କିଂରେ ସୁରକ୍ଷା ପ୍ରତି ଦୃଷ୍ଟି ଦିଆ ଯାଇ ନ ଥିବା ମଧ୍ୟ ସାଧାରଣରେ ଅଭିଯୋଗ ହେଉଛି। ପ୍ରତ୍ୟେକ ଦିନ ହଜାର ହଜାର ଗାଡ଼ି ପାକିଁ ପାଇଁ ଆସୁଥିଲେ ମଧ୍ୟ ଅନେକ ସମସ୍ୟା ଭୋଗୁଛିନ୍ତି। ମାତ୍ର ପ୍ରଶାସନ ପକ୍ଷରୁ ଏଥିପ୍ରତି ଧ୍ୟାନ ଦେଉ ନ ଥିବାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।

Leave A Reply

Your email address will not be published.