ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ

0

ଭୁବନେଶ୍ବର: ନବୀନ ନିବାସରେ ସୋମବାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି। ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ରାଜ୍ୟପାଳ ନବୀନ ନିବାସ ଯାଇଛନ୍ତି। ସେଠାରେ ନବୀନଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି ।
ସେହିପରି ଗତ ଶନିବାର ଦିନ ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଥିଲେ। ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କର ସୁସ୍ଥତା କାମନା କରି ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ପଚାରିଥିଲେ। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ, ‘ମୁଁ ସୁସ୍ଥ ଅନୁଭବ କରୁଛି’। ମୁଖ୍ୟମନ୍ତ୍ରୀ କହିଥିଲେ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ଥ ନିରାମୟ ଜୀବନ ନିମନ୍ତେ ପ୍ରାର୍ଥନା କରୁଛି।
ସୂଚନାନୁଯାୟୀ, ଡିହାଇଡ୍ରେସନ କାରଣରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ ପଟ୍ଟନାୟକ। ପ୍ରାୟ ୭୭ ଘଣ୍ଟା ପରେ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ। ଶରୀରରେ ଜଳୀୟ ଅଂଶ କମିଯିବାରୁ ନବୀନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜିଥିଲା।

Leave A Reply

Your email address will not be published.