ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ

0

ବରଗଡ଼: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଣେ ପୁଲିସ୍ ଏସ୍ଆଇ। ବରଗଡ଼ ଜିଲ୍ଲା ବିଜେପୁର ଥାନାର ଜଗା ବରିହା ନାମକ ଜଣେ ପୁଲିସ୍ ଏସ୍ଆଇ ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଓଡ଼ିଶା ଭିଜିଲାନ୍ସ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି। ଜଗା ବରିହାଙ୍କ ୩ଟି ସ୍ଥାନରେ ଚଢାଉ ଜାରି ରହିଛି।

ସୂଚନାନୁଯାୟୀ, ଜଣେ ସ୍କ୍ରାପ୍ ଡିଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଧମକ ଦେଇ ବିଜେପୁର ଥାନା ଏସଆଇ ଜଗା ବରିହା ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ହେଲେ ଡିଲର ଜଣଙ୍କ ଏତେ ଟଙ୍କା ଦେଇ ପାରିବେ ନାହିଁ ବୋଲି ଅକ୍ଷମତା ପ୍ରକାଶ କରିବାରୁ ଜଗା ୭ ହଜାର ଟଙ୍କା ମାଗିଥିଲେ।
ଅନ୍ୟ କୌଣସି ବିକଳ୍ପ ନଥିବାରୁ, ଡିଲର ଜଣଙ୍କ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ପୂର୍ବ ପ୍ରସ୍ତୁତି କ୍ରମେ ଆଜି ଭିଜିଲାନ୍ସ ଏସଆଇଙ୍କ ଉପରେ ନଜର ରଖିଥିଲା। ଏସଆଇ ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡ଼ି ବସିଥିଲା। ଜଗାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି। ଏହା ସହ ୩ଟି ସ୍ଥାନରେ ଭିଜିଲାନ୍ସ ରେଡ୍ କରୁଛି।

ଏବେ ଏସଆଇ ଶ୍ରୀ ବରିହାଙ୍କ ସହିତ ଜଡ଼ିତ ତିନୋଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି। ଏ ସମ୍ପର୍କରେ, ସମ୍ବଲପୁର ଭିଜିଲାନ୍ସ ଦ୍ବାରା ମାମଲା ରୁଜୁ ହୋଇଛି। ଅଭିଯୁକ୍ତ ଶ୍ରୀ ବରିହାଙ୍କ ବିରୁଦ୍ଧରେ ତଦନ୍ତ ଜାରି ରହିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

Leave A Reply

Your email address will not be published.