ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ

0

ଭୁବନେଶ୍ବର: ସୋମବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୪ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବୈଠକ ପରେ ଏହି ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ କ୍ୟାବିନେଟ ବୈଠକରେ ମୋଟ ୩ଟି ବିଭାଗର ୪ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧ ଟି, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ୨ଟି ପ୍ରସ୍ତାବ ଆଲୋଚନା ପୂର୍ବକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି।

ଇଲେକ୍ଟ୍ରୋନିକ୍‌ ଓ ଆଇଟି ବିଭାଗର ୨ଟି ଏବଂ ସଂସଦୀୟ ବ୍ୟାପାର ଓ ସାଧାରଣ ପ୍ରଶାସନ (GA) ବିଭାଗର ଗୋଟିଏ ଲେଖାଏଁ ପ୍ରସ୍ତାବ ପାରିତ ହୋଇଛି। ସେପ୍ଟେମ୍ବର ୧୮ରୁ ବିଧାନସଭା ଅଧିବେଶନ ଆରମ୍ଭ ଏବଂ ଓଡ଼ିଶା ଲୋକସେବା ଆୟୋଗର ୩ ସଦସ୍ୟଙ୍କ ନିଯୁକ୍ତି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

ଏହା ସହ ଇଲେକ୍ଟ୍ରୋନିକ୍‌ କମ୍ପୋନେଣ୍ଟ ମାନ୍ୟୁଫାକ୍‌ଚରିଂ ପଲିସିକୁ ଅନୁମୋଦନ କରାଯାଇଛି, ଯେଉଁଥିରେ ୧୦ଟି ମେଗା ପ୍ରକଳ୍ପ ପାଇଁ କ୍ୟାପିଟାଲ ସବସିଡି ଓ ଟର୍ଣ୍ଣଓଭର ଇନସେଣ୍ଟିଭ ପ୍ରଦାନ କରାଯିବ। ଏହା ଓଡ଼ିଶାକୁ ଇଲେକ୍ଟ୍ରୋନିକ୍‌ ମାନ୍ୟୁଫାକ୍‌ଚରିଂରେ ଅଗ୍ରଣୀ ରାଜ୍ୟ କରିବ। ନୂଆ ଆଇଟି ପଲିସିକୁ ମଧ୍ୟ ଅନୁମୋଦନ କରାଯାଇଛି, ଯେଉଁଥିରେ କ୍ୟାପିଟାଲ ସବସିଡି ୩୦%କୁ ବୃଦ୍ଧି କରାଯାଇଛି ଏବଂ ଉପରିସୀମା ଉଠାଇ ଦିଆଯାଇଛି।

Leave A Reply

Your email address will not be published.