ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ Z+ ସୁରକ୍ଷା

0

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଏଣିକି Z+ ସୁରକ୍ଷା ଯୋଗାଇ ଦିଆଯିବ। ରେଖାଙ୍କ ଉପରେ ଆକ୍ରମଣ ହେବା ପରେ ପୁଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯିବ। ଦିଲ୍ଲୀ ପୁଲିସ ପକ୍ଷରୁ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ସୁରକ୍ଷାରେ ୪୦ ସୁରକ୍ଷାକର୍ମୀ ନିୟୋଜିତ ରହିବେ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଆସିବାକୁ ଥିବା ପରିଦର୍ଶକମାନଙ୍କୁ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଜରିଆରେ ଯାଞ୍ଚ କରାଯାଇ ଭିତରକୁ ପ୍ରବେଶ ଅନୁମତି ଦିଆଯିବ। ଆକ୍ରମଣ ଘଟଣା ପରେ ସ୍ଵରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ପାଇଁ Z କାଟାଗୋରୀ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦେବାକୁ ସିଆରପିଏଫକୁ ନିର୍ଦେଶ ଦିଅଯାଇଥିଲା। ତେବେ ଏହାକୁ ପରେ ପ୍ରତ୍ୟାହାର କରିନିଆଯାଇଥିଲା।

ଏହା ପରେ ଦିଲ୍ଲୀ ପୁଲିସ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ନିଜ ହାତକୁ ନେଇଥିଲା। ମୁଖ୍ୟମନ୍ତ୍ରୀଙ୍କ ପାଇଁ Z+ ସୁରକ୍ଷା ସହ ଅତିରିକ୍ତ ସୁରକ୍ଷାକର୍ମୀ ନିୟୋଜିତ କରିବା ନେଇ ବ୍ୟବସ୍ଥା ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ସହିତ ସର୍ବଦା ୪୦ କର୍ମଚାରୀ ସୁରକ୍ଷା ଦାୟିତ୍ଵରେ ରହିବେ। ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମରେ ଜଣେ ବ୍ୟକ୍ତି ତାଙ୍କୁ ଆକ୍ରମଣ କରିଥିଲେ।

Leave A Reply

Your email address will not be published.