ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

0

ସମ୍ବଲପୁର: ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ପାଟଣେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ ଲାଗି ହୋଇଛି। ଧାର୍ଯ୍ୟ ଶୁଭଲଗ୍ନ ଅନୁସାରେ ମା’ଙ୍କୁ ନବାନ୍ନ ଅର୍ପଣ କରାଯାଇଛି।

ଏହି ପର୍ବରେ ବର୍ଷର ଅମଳ ପ୍ରାରମ୍ଭରୁ ଉତ୍ପାଦିତ ହେଉଥିବା ଧାନରୁ ଯେଉଁ ଅନ୍ନ ବାହାରେ ସେହି ଅନ୍ନକୁ ନିଜ ଇଷ୍ଟ ଦେବଦେବୀଙ୍କୁ ପାରମ୍ପରିକ ରୀତିନୀତିରେ ଅର୍ପଣ କରାଯାଇଥାଏ। ଏହାପରେ ତାହାକୁ ପ୍ରସାଦ ଭାବେ ନିଜେ ଗ୍ରହଣ କରିଥାନ୍ତି। ନୂଆଖାଇଁ ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ହୋଇଥିଲେ ମଧ୍ୟ ଚାଷୀଠୁ ନେଇ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ନୂଆଖାଇଁ ପର୍ବ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି। ଏହି ପର୍ବରେ ସାମାଜିକ, ଆଧ୍ୟାତ୍ମିକ ଓ ସାଂସ୍କୃତିକ ଝଲକ ଦେଖିବାକୁ ମିଳିଥାଏ।

Leave A Reply

Your email address will not be published.