ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ନୂଆଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

0

ନୂଆଦିଲ୍ଲୀ: ଆଜି ହେଉଛି ପବିତ୍ର ନୂଆଁଖାଇ। ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣପର୍ବ। ସାରା ରାଜ୍ୟରେ ଧୁମଧାମରେ ପାଳନ ହେଉଛି ଗଣପର୍ବ ନୂଆଖାଇ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଗଭୀର କୃତଜ୍ଞତାର ସ୍ମରଣ କରାଏ। ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ। ପ୍ରତିଟି ଘରେ ଉତ୍ତମ ସ୍ବାସ୍ଥ୍ୟ, ସମୃଦ୍ଧି ଏବଂ ଖୁସି ବିରାଜମାନ କରୁ ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ କରି କହିଛନ୍ତି।

ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି। ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଗଠନ ପ୍ରକ୍ରିୟାରେ ଦାୟିତ୍ୱ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରୁଛି। ଏହାସହିତ କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Leave A Reply

Your email address will not be published.