ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ନୂଆଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

0

ନୂଆଦିଲ୍ଲୀ: ଆଜି ହେଉଛି ପବିତ୍ର ନୂଆଁଖାଇ। ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣପର୍ବ। ସାରା ରାଜ୍ୟରେ ଧୁମଧାମରେ ପାଳନ ହେଉଛି ଗଣପର୍ବ ନୂଆଖାଇ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି। ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଗଭୀର କୃତଜ୍ଞତାର ସ୍ମରଣ କରାଏ। ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ। ପ୍ରତିଟି ଘରେ ଉତ୍ତମ ସ୍ବାସ୍ଥ୍ୟ, ସମୃଦ୍ଧି ଏବଂ ଖୁସି ବିରାଜମାନ କରୁ ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ କରି କହିଛନ୍ତି।

ଏହା ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି। ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଗଠନ ପ୍ରକ୍ରିୟାରେ ଦାୟିତ୍ୱ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରୁଛି। ଏହାସହିତ କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Leave A Reply

Your email address will not be published.