ପ୍ରମୁଖ ଖବର

ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ସିଏନଜି ମଧ୍ୟ ମହଙ୍ଗା
ଆମେରିକାର ଗୁଇନ୍ଦା ମୁଖ୍ୟ ପଦରୁ ତୁଳସୀ ଗାବାର୍ଡଙ୍କ ଇସ୍ତଫା
କେନ୍ଦ୍ର ସରକାରଙ୍କୁ ୨.୮୭ ଲକ୍ଷ କୋଟି ଲାଭାଂଶ ଦେବ ଆରବିଆଇ: ଯୁଦ୍ଧ ସଙ୍କଟ ମଧ୍ୟରେ ସରକାରଙ୍କୁ ବଡ଼ ଆଶ୍ୱାସନ
ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ
ଚୀନ୍ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୯୦ ଶ୍ରମିକଙ୍କ ମୃତ୍ୟୁ; ଅନେକ ନିଖୋଜ
ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି କାର୍ଯ୍ୟ ଆସନ୍ତାକାଲିଠାରୁ ସ୍ଥଗିତ

୩୧ ବର୍ଷ ପରେ ଓଡ଼ିଶାରେ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ

0

ଭୁବନେଶ୍ବର: ଦୀର୍ଘ ୩୧ ବର୍ଷ ପରେ ଓଡ଼ିଶାରେ ଆୟୋଜନ ହେବ ଅନୁସୂଚିତ ଜାତି ଓ ଜନଜାତି ଜାତୀୟ ସମ୍ମିଳନୀ। ଆସନ୍ତା ୨୯ ଓ ୩୦ ତାରିଖରେ ଭୁବନେଶ୍ଵରରେ ଦୁଇ ଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି। ଲୋକସଭା ବାଚସ୍ପତି ଓମ୍‌ ବିର୍ଲା ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ନେଇ ସୂଚନା ରହିଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ୩ କେନ୍ଦ୍ରମନ୍ତ୍ରୀ ସାମିଲ ହେବେ। ବିଧାନସଭା ବାଚସ୍ପତି ସୁରମା ପାଢ଼ୀ ଏନେଇ ସୂଚନା ଦେଇଛନ୍ତି।

୧୯୯୪ ପରେ ପ୍ରଥମଥର ପାଇଁ ଓଡ଼ିଶାରେ କୌଣସି ସଂସଦୀୟ କମିଟିର ବୈଠକ ହେବାକୁ ଯାଉଛି। ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେବେ। ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ ଜଣ ସଦସ୍ୟ ଯୋଗଦେବେ। ଲୋକସଭା ବାଚସ୍ପତି ଏକ ପ୍ରଦର୍ଶନୀକୁ ଉଦଘାଟନ କରିବା ସହ ଏକ ସ୍ମରଣିକାକୁ ମଧ୍ୟ ଉନ୍ମୋଚନ କରିବେ। ଅନୁସୂଚିତ ଜାତି ଏବଂ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ସଶକ୍ତିକରଣରେ ସଂସଦୀୟ ଏବଂ ବିଧାନସଭା ସମିତିଗୁଡିକର ଭୂମିକା ଏହି ସମ୍ମିଳନୀର ମୁଖ୍ୟ ବିଷୟବସ୍ତୁ ରହିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ସଂସଦୀୟ ସମିତିର ଅଧ୍ୟକ୍ଷ ଫଗନ ସିଂହ କୁଲସ୍ତେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ।

ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ୨୪୦ରୁ ଅଧିକ ଜଣ ପ୍ରତିନିଧି ଯୋଗ ଦେବେ। ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ। ଏନେଇ ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ଦୁଇ ଦିନ ଧରି ଲୋକସେବା ଭବନ କନଭେନସନରେ ଏହି ସମ୍ମିଳନୀ ଆୟୋଜିତ ହେବ।

Leave A Reply

Your email address will not be published.