ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତ ସମ୍ବର୍ଦ୍ଧିତ

0

କଟକ: ଆଜି ଜାତୀୟ କ୍ରୀଡା ଦିବସ ତଥା କିମ୍ବଦନ୍ତୀ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିନ। ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଓଡିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି।

କଟକ ଆଇପିଏସ ମେସସ୍ଥିତ ଆର.କେ. ପାଢ଼ୀ ମେମୋରିଆଲ ହଲ୍ ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ସମାରୋହରେ ଡିଜିପି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡିଶା ପୋଲିସର କ୍ରୀଡ଼ାବିତଙ୍କ ଉଚ୍ଚ ପ୍ରଶଂସା କରିବା ସହ ସେମାନଙ୍କ ଅସାଧାରଣ ପ୍ରତିଭା ଏବଂ କ୍ରୀଡ଼ା ଉତ୍କର୍ଷତାର ଭୁୟସୀ ପ୍ରଶଂସା କରିଥିଲେ। ଏଥି ନିମନ୍ତେ ବିଗତ ଦିନରେ ସାରା ଦେଶରେ ଓଡିଶା ପୋଲିସର ସୁନାମ ବୃଦ୍ଧି ପାଇଥିବାରୁ ସେ ଖୁସିବ୍ୟକ୍ତ କରିଥିଲେ।

ଏହି ଅବସରରେ ଆମେରିକାର ବିର୍ମିଂହାମ ଠାରେ ଅନୁଷ୍ଠିତ ହେଇଥିବା ବିଶ୍ଵ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ଭଳି ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଓଡ଼ିଶା ପୋଲିସର ୭ ଜଣ କ୍ରୀଡାବିତଙ୍କ ଉଲ୍ଲେଖନୀୟ ସଫଳତା ସମ୍ପର୍କରେ ମଧ୍ୟ ଡିଜିପି ଉଲ୍ଲେଖ କରିଥିଲେ। ଏହି କ୍ରୀଡ଼ାବିତମାନେ ନିଜର ଦକ୍ଷତା ପ୍ରତିପାଦନ କରି ୧୩ ଗୋଟି ସ୍ଵର୍ଣ୍ଣ, ୩ ଗୋଟି ରୌପ୍ୟ ଏବଂ ୪ ଗୋଟି କାଂସ୍ୟ ପଦକ ବିଜୟ ହୋଇ ଖେଳ ଜଗତରେ ନୂଆ ଇତିହାସ ସୃଷ୍ଟି କରିବା ସହିତ ଓଡ଼ିଶା ପୋଲିସକୁ ଗୌରବମଣ୍ଡିତ କରିଛନ୍ତି ବୋଲି ସେ କହିଥିଲେ।

ଏହା ସହ ଏହି ସମ୍ବର୍ଦ୍ଧନା ସମାରୋହ ଓଡ଼ିଶାର ଯୁବ ପ୍ରତିଭାମାନଙ୍କୁ କ୍ରୀଡ଼ା ପ୍ରତି ଆକୃଷ୍ଟ କରିବା ସହ ଭବିଷ୍ୟତରେ ନୂଆ ମାଇଲଖୁଣ୍ଟ ହାସଲ କରିବା ପାଇଁ ନିଶ୍ଚିତ ଭାବେ ପ୍ରେରଣା ଯୋଗାଇବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି । ଆଗାମୀ ଦିନରେ ମଧ୍ୟ ଅନ୍ୟ କ୍ରୀଡ଼ାବିତମାନେ ମଧ୍ୟ ଜାତୀୟ ତଥା ଅନ୍ତର୍ଜାତୀୟ କ୍ରୀଡା କ୍ଷେତ୍ରରେ ଅଂଶଗ୍ରହଣ କରି ଓଡିଶା ପୋଲିସର ଗୌରବ ବୃଦ୍ଧି କରିବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ।

Leave A Reply

Your email address will not be published.