ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ପୂଜାରେ ଚାନ୍ଦା ମନା

0

ଭୁବନେଶ୍ବର: ଚାନ୍ଦା ଆଦାୟକାରୀଙ୍କୁ ସାବାଡ କରିବା ପାଇଁ କମିଶନରେଟ ପୋଲିସର ପଦକ୍ଷେପ । ଆରମ୍ଭ ହେଲାଣି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ଚାନ୍ଦା ଆଦାୟକାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଜିଲ୍ଲା ଏସପିଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି। ସେହିପରି କଟକରେ ବେଆଇନ ଚାନ୍ଦା ଆଦାୟକାରୀଙ୍କୁ ସାବାଡ୍‌ ପାଇଁ ପଦକ୍ଷେପ ନିଆଯାଇଛି।

ଏଥିପାଇଁ ଫୋନ୍‌ ନମ୍ବର ଜାରି କଲା କଟକ କମିଶନରେଟ ପୋଲିସ। ପୂଜା ସମୟରେ ଯଦି କେହି ଜୋର ଜବରଦସ୍ତ ଚାନ୍ଦା ମାଗନ୍ତି ସିଧାସଳଖ ପୋଲିକୁ ଜଣାନ୍ତୁ। ପୋଲିସ୍‌କୁ ଫୋନ କରିବା ପାଇଁ ଜନସାଧାରଣଙ୍କୁ ଡିସିପି ଅପିଲ୍‌ କରିଛନ୍ତି। ମୋବାଇଲ୍‌ ନଂ ୭୩୨୮୦୭୭୩୨୪ , ୮୪୮୦୫୧୩୦୦୭ ଫୋନ୍‌ କରନ୍ତୁ। ଅଭିଯୋଗକାରୀଙ୍କ ନାଁ ଗୋପନ ରଖି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଚେତାବନୀ ଦେଇଛନ୍ତି ଡିସିପି।

ଏହାବ୍ୟତୀତ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ପୋଲିସ ପାଟ୍ରୋଲିଂ, କଡାକଡି ଚେକିଂ, ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ସହରର ସମ୍ବେଦନଶୀଳ ସ୍ଥାନ ଗୁଡିକରେ ସିସିଟିଭି ଲଗାଇବା, ଗୁଇନ୍ଦା ସୂଚନା ସଂଗ୍ରହ, ପୂଜା କମିଟି ସହ ଆଲୋଚନା, ବିଭିନ୍ନ ଗୋଷ୍ଠୀ ମାନଙ୍କ ସହ ବୈଠକ, ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହ ସୁସମ୍ପର୍କ ସ୍ଥାପନ, ଗୁଜବକାରୀଙ୍କୁ ଚିହ୍ନଟ, ପୂଜା ହେଉଥିବା ସ୍ଥାନରେ ବ୍ୟାପକ ପୋଲିସ ମୁତୟନ, ଭସାଣି ସମୟରେ ସତର୍କତା ପଦକ୍ଷେପ ଆଦି ପ୍ରସଙ୍ଗରେ ଉପଯୁକ୍ତ ବ୍ୟବସ୍ଥା ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଏସପି ତଥା ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.