ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

୭ ନୂଆ ମ୍ୟୁନିସିପାଲିଟି ଓ ୧୬ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ସ୍ବାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି । ୭ ନୂଆ ମ୍ୟୁନିସିପାଲିଟି ୧୬ଟି ନୂଆ ଏନ୍‌ଏସି ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଘୋଷଣା ହୋଇଥିବା ୭ ନୂଆ ମ୍ୟୁନିସପାଲିଟି ହେଲା, କରଞ୍ଜିଆ, ବୌଦ୍ଧ, ଭଞ୍ଜନଗର, ଆସିକା, ଛତ୍ରପୁର, କବିସୂର୍ଯ୍ୟନଗର ଓ ପୋଲସରା । ଯେଉଁ ନୂଆ ଏନ୍‌ଏସି ଘୋଷଣା କରାଯାଇଛି, ସେଗୁଡ଼ିକ ହେଲା ବଲାଙ୍ଗୀର ଜିଲ୍ଲାର ଲୋଇସିଂହା, ବରଗଡ଼ ଜିଲ୍ଲାର ସୋହେଲା, କଟକ ଜିଲ୍ଲାର ବଡ଼ମ୍ବା, ନରସିଂହପୁର ଏବଂ ସାଲେପୁର, ଢେଙ୍କାନାଳ ଜିଲ୍ଲାର ଗଁଦିଆ, ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ଏବଂ ପାତ୍ରପୁର, ଯାଜପୁର ଜିଲ୍ଲାର ଚଣ୍ଡୀଖୋଲ, କଳାହାଣ୍ଡି ଜିଲ୍ଲାର ନର୍ଲା ଏବଂ ଜୟପାଟଣା, ଖୋର୍ଦ୍ଧା ଜିଲ୍ଲାରୁ ଟାଙ୍ଗୀ, କୋରାପଟୁ ଜିଲ୍ଲାର ବୋରିଗୁମ୍ମା, ମୟୂରଭଞ୍ଜ ଜିଲ୍ଲାର କପ୍ତିପଦା, ଯଶୀପୁର ଓ ରାସଗୋବିନ୍ଦପୁର।

ଭୁବନେଶ୍ବର ରେଳ ଅଡିଟୋରିୟମରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ, ନଗର ଉନ୍ନୟନ ବିଭାଗ ସଚିବ ଉଷା ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.