ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ

୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଆଜି ସଂଧ୍ୟାରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
ନୂଆଦିଲ୍ଲୀର ଆଇଆଇସିସିଠାରେ ହେବାକୁ ଥିବା ଏହି ଜାତୀୟ ସ୍ତରର ସମ୍ମିଳନୀରେ କିପରି ଭାରତକୁ ସେମିକଣ୍ଡକ୍ଟର ପାୱାର ହାଉସ କରାଯାଇପାରିବ ସେନେଇ ଶୀର୍ଷସ୍ତରର ବୈଠକ ଅନୁଷ୍ଠିତ ହେବ। ତିନି ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ। ଏଥିସହ କେନ୍ଦ୍ରମନ୍ତ୍ରୀ ଅଶ୍ବୀନି ବୈଷ୍ଣବ ଓ ଜିତିନ ପ୍ରସାଦ ମଧ୍ୟ ଯୋଗଦେବେ। ସେମିକଣ୍ଡକ୍ଟର ଶିଳ୍ପ କ୍ଷେତ୍ରରେ ଓଡିଶାରେ ପର୍ଯ୍ୟାପ୍ତ ନିବେଶ ସୁଯୋଗ ରହିଥିବାରୁ ଏଥିରେ ସାମିଲ ହୋଇ କିପରି ଓଡିଶା ଭାଗିଦାରୀ ହୋଇପାରିବ ସେନେଇ ପ୍ରସ୍ତାବ ରଖିପାରେ ଓଡିଶା। ତେବେ ନିଜ ୪ ଦିନିଆ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବକୁ ମଧ୍ୟ ଭେଟିପାରନ୍ତି।

Leave A Reply

Your email address will not be published.