ପ୍ରମୁଖ ଖବର

କତାରର ୧୦ ବିଲିୟନ ଡଲାର ନିବେଶ ନେଇ ଆଲୋଚନା, ସୀତାରମଣ-କୁୱାରୀଙ୍କ ବୈଠକ
ସେପ୍ଟେମ୍ବର ୩୦ ଓଡ଼ିଶା ବନ୍ଦ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କଟକରେ ଶିକ୍ଷକ ପଦୋନ୍ନତି ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ
ପାଠ୍ୟପୁସ୍ତକ ତ୍ରୁଟି ନେଇ ପିଏମଓର ହସ୍ତକ୍ଷେପ, ରାଜ୍ୟ ସରକାରଙ୍କୁ ରିପୋର୍ଟ ମାଗିଲା କେନ୍ଦ୍ର
ନୀରୁଙ୍କୁ ସୁନା, ଏସିଆନ୍ ଗେମ୍ସରେ ଇତିହାସ ରଚିଲା ଭାରତ
୫ ଦିନରେ ସରିଗଲା ୯ ଦିନିଆ ଅଧିବେଶନ, ୯୫୦ ପ୍ରଶ୍ନରୁ ମିଳିଲା ୮ଟିର ଉତ୍ତର
ସୁପ୍ରିମକୋର୍ଟକୁ ଯିବେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟ ବିଚାରପତି, କଲେଜିୟମର ସୁପାରିସ

୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଆଜି ସଂଧ୍ୟାରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
ନୂଆଦିଲ୍ଲୀର ଆଇଆଇସିସିଠାରେ ହେବାକୁ ଥିବା ଏହି ଜାତୀୟ ସ୍ତରର ସମ୍ମିଳନୀରେ କିପରି ଭାରତକୁ ସେମିକଣ୍ଡକ୍ଟର ପାୱାର ହାଉସ କରାଯାଇପାରିବ ସେନେଇ ଶୀର୍ଷସ୍ତରର ବୈଠକ ଅନୁଷ୍ଠିତ ହେବ। ତିନି ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ। ଏଥିସହ କେନ୍ଦ୍ରମନ୍ତ୍ରୀ ଅଶ୍ବୀନି ବୈଷ୍ଣବ ଓ ଜିତିନ ପ୍ରସାଦ ମଧ୍ୟ ଯୋଗଦେବେ। ସେମିକଣ୍ଡକ୍ଟର ଶିଳ୍ପ କ୍ଷେତ୍ରରେ ଓଡିଶାରେ ପର୍ଯ୍ୟାପ୍ତ ନିବେଶ ସୁଯୋଗ ରହିଥିବାରୁ ଏଥିରେ ସାମିଲ ହୋଇ କିପରି ଓଡିଶା ଭାଗିଦାରୀ ହୋଇପାରିବ ସେନେଇ ପ୍ରସ୍ତାବ ରଖିପାରେ ଓଡିଶା। ତେବେ ନିଜ ୪ ଦିନିଆ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବକୁ ମଧ୍ୟ ଭେଟିପାରନ୍ତି।

Leave A Reply

Your email address will not be published.