ଭୁବନେଶ୍ୱର: ଆଜି ସଂଧ୍ୟାରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ କେନ୍ଦ୍ରୀୟ ନେତୃତ୍ୱକୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
ନୂଆଦିଲ୍ଲୀର ଆଇଆଇସିସିଠାରେ ହେବାକୁ ଥିବା ଏହି ଜାତୀୟ ସ୍ତରର ସମ୍ମିଳନୀରେ କିପରି ଭାରତକୁ ସେମିକଣ୍ଡକ୍ଟର ପାୱାର ହାଉସ କରାଯାଇପାରିବ ସେନେଇ ଶୀର୍ଷସ୍ତରର ବୈଠକ ଅନୁଷ୍ଠିତ ହେବ। ତିନି ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ। ଏଥିସହ କେନ୍ଦ୍ରମନ୍ତ୍ରୀ ଅଶ୍ବୀନି ବୈଷ୍ଣବ ଓ ଜିତିନ ପ୍ରସାଦ ମଧ୍ୟ ଯୋଗଦେବେ। ସେମିକଣ୍ଡକ୍ଟର ଶିଳ୍ପ କ୍ଷେତ୍ରରେ ଓଡିଶାରେ ପର୍ଯ୍ୟାପ୍ତ ନିବେଶ ସୁଯୋଗ ରହିଥିବାରୁ ଏଥିରେ ସାମିଲ ହୋଇ କିପରି ଓଡିଶା ଭାଗିଦାରୀ ହୋଇପାରିବ ସେନେଇ ପ୍ରସ୍ତାବ ରଖିପାରେ ଓଡିଶା। ତେବେ ନିଜ ୪ ଦିନିଆ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବକୁ ମଧ୍ୟ ଭେଟିପାରନ୍ତି।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ