ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଦୁର୍ଗାପୂଜା ଭସାଣ କଟକଣା:ବାଜିବନି ଡିଜେ, ଲେଜର ଲାଇଟ୍ ଓ ବାଣ

0

ଭୁବନେଶ୍ୱର: ଆଗକୁ ଦୁର୍ଗାପୂଜା। ଏନେଇ ବିଭିନ୍ନ କମିଟି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମିଶନରେଟ୍‌ ପୋଲିସ ଏବଂ ଦୁର୍ଗା ପୂଜା କମିଟି ପକ୍ଷରୁ ସୋମବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଚଳିତ ବର୍ଷ ଦୁର୍ଗା ପୂଜା ଭସାଣରେ ଡିଜେ ବାଜିବନି। ଭସାଣରେରେ ଲେଜର ଲାଇଟ୍‌ ଓ ବାଣ ଫୁଟାଇବାକୁ ବି ମନା। ଏହି ସବୁ ଉପରେ ଲାଗିଲା କଟକଣା। ଚଳିତ ବର୍ଷ ଦୁର୍ଗାପୂଜାକୁ ନେଇ ପୋଲିସ ସେବା ଭବନରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। କେବଳ ପାରମ୍ପରିକ ବାଜାରେ ହେବ ମା’ଙ୍କ ଭସାଣ। ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ବୈଠକରେ ନିଆଯାଇଛି ଏପରି ନିଷ୍ପତ୍ତି।

ଏହି ଦୁର୍ଗାପୂଜା ପ୍ରସ୍ତୁତି ବୈଠକରେ ପୋଲିସ କମିଶନର ଏସ ଦେବଦତ୍ତ ସିଂ, ଅତିରିକ୍ତ କମିସନର ନରସିଂହ ଭୋଳ, ଡିସିପି ଜଗମୋହନ ମୀନା, ଭୁବନେଶ୍ୱର ଏକାମ୍ବ୍ର ବିଧାୟକ ବାବୁ ସିଂଙ୍କ ସମେତ ବିଭିନ୍ନ ପୂଜା କମିଟିର କାର୍ଯ୍ୟ କର୍ତ୍ତାମାନେ ଯୋଗ ଦେଇଥିଲେ।

Leave A Reply

Your email address will not be published.