ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ଅବଧି ବୃଦ୍ଧି

0

ନ୍ୟୁଜ୍ ବ୍ୟୁରୋ: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା। ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

ପୂର୍ବରୁ ମଧ୍ୟ ଏହି ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଥିଲା। କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି। ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି । ଚଳିତ ବର୍ଷ ମଧ୍ୟ ଉଭୟ ନୂତନ ଏବଂ ନବୀକରଣ ନିମନ୍ତେ ସାମ୍ବାଦିକମାନଙ୍କଠାରୁ ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି।ଇଚ୍ଛୁକ ସାମ୍ବାଦିକମାନେ www.owjws.odisha.gov.in ରେ ଆବେଦନ କରିପାରିବେ ।

Leave A Reply

Your email address will not be published.