ପ୍ରମୁଖ ଖବର

କର୍ଣ୍ଣାଟକ ଉପନିର୍ବାଚନ: ସିଦ୍ଦରାମାଇୟାଙ୍କୁ ବିଜେପିର ନିଶାନା
କେନ୍ଦ୍ରାପଡାରେ ନିଖୋଜ ଶିଶୁର ମୃତଦେହ ଉଦ୍ଧାର
“ମୋତେ ଚୁପ୍ କରାଯାଇଛି, କିନ୍ତୁ ମୁଁ ହାର ମାନିନାହିଁ।”: ରାଘବ ଚଡ୍ଡା
ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି
ଏଲ୍‌ପିଜି ସଙ୍କଟ: ସିଲିଣ୍ଡର ବଣ୍ଟନ ପାଇଁ ବାୟୋମେଟ୍ରିକ ବାଧ୍ୟତାମୂଳକ
ପାକିସ୍ତାନରେ ଆତ୍ମଘାତୀ କାର୍ ବୋମା ବିସ୍ଫୋରଣ, ୫ ମୃତ
ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ଝଟକା: ଔଷଧ ଉପରେ ୧୦୦% ଶୁଳ୍କ
ବାଣ ଭିଡିବା ବେଳେ ଭୟଙ୍କର ବିସ୍ଫୋରଣ, ୬ ଜଣ ଗୁରୁତର
ସମସ୍ତ ସରକାରୀ କୋଠା ପ୍ରକଳ୍ପରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ
ଜନଗଣନା ନ ସରିବା ପର୍ଯ୍ୟନ୍ତ ହେବନି କର୍ମଚାରୀଙ୍କ ବଦଳି

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଆବେଦନ ଅବଧି ବୃଦ୍ଧି

0

ନ୍ୟୁଜ୍ ବ୍ୟୁରୋ: ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା। ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

ପୂର୍ବରୁ ମଧ୍ୟ ଏହି ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଥିଲା। କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି। ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି । ଚଳିତ ବର୍ଷ ମଧ୍ୟ ଉଭୟ ନୂତନ ଏବଂ ନବୀକରଣ ନିମନ୍ତେ ସାମ୍ବାଦିକମାନଙ୍କଠାରୁ ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି।ଇଚ୍ଛୁକ ସାମ୍ବାଦିକମାନେ www.owjws.odisha.gov.in ରେ ଆବେଦନ କରିପାରିବେ ।

Leave A Reply

Your email address will not be published.