ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ

0

ଭୁବନେଶ୍ୱର: ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି। ଏହା ସହ ଜଗବନ୍ଧୁଙ୍କ ପାଖରୁ ଗୋଟିଏ ଛୁରି ଜବତ ହୋଇଥିବା ସୂଚନା ମିଳିଛି।

ରାତି ଗୋଟେରେ ସ୍ବାମୀ ଘରକୁ ପଶିବା ଘଟଣାରେ ମୁହଁ ଖୋଲିଲେ ଅର୍ଚ୍ଚନା ନାଗ। ଅର୍ଚ୍ଚନା କହିଛନ୍ତି, ମୁଁ ବେଡରୁମରେ ଶୋଇଥିଲି ସେ ବେଡରୁମ ୱିଣ୍ଡୋରେ ଆସି ଘରେ ପଶି ଷ୍ଟାବିଂ କରିବା ପାଇଁ ଚେଷ୍ଟା କରୁଥିଲେ। ପୋଲିସ ଡାକିଲୁ, ପୋଲିସ ଆଗରେ ଜଗବନ୍ଧୁ ମୋ ଫୋନଟକୁ ଛେଚି ଦେଲା ମୋ ଚୁଟି ଘୋଷାଡ଼ି ମୋତେ ମାଡ଼ ମାରିଲା ବୋଲି ଅର୍ଚ୍ଚନା କହିଛନ୍ତି।

ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି। ଏହା ସହ ଜଗବନ୍ଧୁଙ୍କ ପାଖରୁ ଗୋଟିଏ ଛୁରି ଜବତ ହୋଇଥିବା ସୂଚନା ମିଳିଛି। ରାତିରେ ଜୋରଜବରଦସ୍ତ ଘରେ ପଶିବାକୁ ଚେଷ୍ଟା କରୁଥିଲେ ସ୍ବାମୀ। ସେହି ସମୟରେ ଅର୍ଚ୍ଚନା ତାଙ୍କୁ ଏଠାକୁ କାହିିଁକି ଆସିଲ ବୋଲି ପଚାରିଥିଲେ। ଏପିରିକି ପିସିଆର ଡାକିବାକୁ ଧମକ ଦେଇଥିଲେ। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

Leave A Reply

Your email address will not be published.