ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା

0

୧୬ ହାର୍ଡକୋର ମାଓବାଦୀ ଗିରଫ

ନ୍ୟୁଜ୍ ବ୍ୟୁରୋ; ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାର ତିନୋଟି ଭିନ୍ନ ଭିନ୍ନ ଜଙ୍ଗଲରୁ ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି ସୁରକ୍ଷାକର୍ମୀ। ଏସଟିଏଫ୍, ଡିଆରଜି ଏବଂ ସିଆରପିଏଫ୍ ଜବାନଙ୍କ ପକ୍ଷରୁସେନା ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିବାବେଳେ ଏହି ୧୬ ଜଣ ହାର୍ଡକୋର ମାଓବାଦୀମାନେ ଗିରଫ ହୋଇଛନ୍ତି।

ତେବେ ଗିରଫ ମାଓବାଦୀମାନେ ବିଭିନ୍ନ ମାଓ ସଂଗଠନ ସହିତ ଜଡିତ ରହି ଅନେକ ହିଂସାକାଣ୍ଡରେ ସାମିଲ ଥିଲେ। ଗିରଫ ପରେ ସେମାନଙ୍କ ନିକଟରୁ ଅନେକ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଯାହା ମଧ୍ୟରେ ଆଇଇଡି, ପ୍ରେସର କୁକର ବୋମା, ଟିଫିନ ବୋମା, କୋଡେକ୍ସ ତାର ଓ ଜିଲୋଟିନ ଷ୍ଟିକ୍‌ ରହିଛି।

ଗିରଫ ପରେ ସମସ୍ତ ମାଓବାଦୀଙ୍କ ପଚରାଉଚରା କରିବା ପରେ କୋର୍ଟ ଚାଲାଣ କରାଯିବ ବୋଲି ବିଜାପୁର ଏସ୍‌ପି କହିଛନ୍ତି। ଏବେ ବି ସୁରକ୍ଷାକର୍ମୀଙ୍କ ପକ୍ଷରୁ ମାଲକାନଗିରି ସୀମାନ୍ତ ଛତିଶଗଡର ଗାଙ୍ଗାଲୁର, ବାସାଗୁଡ଼ା, ଜାଙ୍ଗଲାରେ ସର୍ଚ୍ଚ ଅପରେସନ ଚାଲିଛି।

Leave A Reply

Your email address will not be published.