ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ

0

ପୁରୀ: ଖୁବ ଶୀଘ୍ର ଶ୍ରୀମନ୍ଦିର ନାଟମଣ୍ଡପରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ଖୁବଶୀଘ୍ର କାର୍ଯ୍ୟକାରୀ କରାଯିବାକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯାଇଛି।

ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍‌କମିଟି ଗଠନ ହୋଇଛି। ୧୪ ସବ୍‌କମିଟି ମଧ୍ୟରୁ ୪ଟି ଷ୍ଟାଚ୍ୟୁଟାରୀ ସବ୍‌କମିଟି। ଷ୍ଟାଚ୍ୟୁଟାରୀ ସବ୍‌କମିଟି -ଅର୍ଥ, ନୀତି, ରତ୍ନଭଣ୍ଡାର, ଅପିଲ୍‌ କମିଟି ଗଠନ କରାଯାଇଛି। ଗିରିଶ ଚନ୍ଦ୍ର ମୁର୍ମୁଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ନେଇ ସବ୍‌କମିଟି ଗଠନ କରାଯାଇଛି।

ଏହି ବୈଠକରେ ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟିରେ ଅନୁମୋଦନ ମିଳିଛି। ସୁପରିଚାଳନା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। କମିଟିରେ ୯ ଜଣ ସଦସ୍ୟ ଅଛନ୍ତି, ସବୁ ଦିଗରୁ ଅନୁଧ୍ୟାନ କରିବେ। ସମ୍ପୃକ୍ତ ନିଯୋଗ ସହ ଭଲ ଭାବେ ଆଲୋଚନା କରିବେ। ଯେପରି ଭାବେ ମହାପ୍ରଭୁଙ୍କ ନୀତି ବିଳମ୍ବିତ ନ ହେବ ଗୁରୁତ୍ୱ ଦେବେ। ପ୍ରଥମେ ପରୀକ୍ଷାମୂଳକ ଭାବେ ଧାଡି ଦର୍ଶନକୁ ଲାଗୁ କରାଯିବ। ଆବଶ୍ୟକତା ପଡିଲେ ଜିଲ୍ଲାପାଳଙ୍କ ନେତୃତ୍ୱାଧୀନ କମିଟି ସଂଶୋଧନ କରିବ। ଖୁବ୍‌ ଶୀଘ୍ର ଧାଡି ଦର୍ଶନ ବ୍ୟବସ୍ଥା ପାଇଁ ପଦକ୍ଷେପ ନିଆଯାଉଛି। ନାଟମଣ୍ଡପରେ ବାତ୍ତାନୁକୁଳ କରିବା ପାଇଁ ଏଏସଆଇ ମଧ୍ୟ ଅନୁମୋଦ ଦେଇଛି।

ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ ଏକ ସ୍ବତନ୍ତ୍ର ମାର୍ଗଦର୍ଶିକା ମଧ୍ୟ ଅଣାଯିବ‌। ଏହି ମାର୍ଗଦର୍ଶିକା ଆସିବା ପରେ ଶ୍ରୀମନ୍ଦିର ନାଟମଣ୍ଡପରେ ଧାଡ଼ି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ। ତେବେ କେବେ ଠାରୁ ଧାଡ଼ି ଦର୍ଶନ ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ ତାହା ଏବେ କହିବା ସମ୍ଭବପର ନୁହେଁ। ଏନେଇ ଗଠନ ହୋଇଥିବା ସ୍ବତନ୍ତ୍ର କମିଟର ରିପୋର୍ଟ ଆସିବା ପରେ କେବେ ଠାରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ ହେବ ତାହା କହିବା ସମ୍ଭବ ହେବ।

Leave A Reply

Your email address will not be published.