ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଅକ୍ଟୋବର ୭ରୁ ହବିଷ ବ୍ରତ: ଖୁବଶୀଘ୍ର ଆରମ୍ଭ ହେବ ଅନ୍‌ଲାଇନ ପଞ୍ଜୀକରଣ

0

ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ସୁଚାରୁ ରୂପେ ପରିଚାଳନା ପାଇଁ ପୁରୀ ସର୍କିଟ୍ ହାଉସରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ହବିଷ୍ୟାଳୀମାନେ ମାସେ ଧରି ଶ୍ରୀକ୍ଷେତ୍ରରେ ରହିବାକୁ ଆସୁଥିବାରୁ ସେମାନଙ୍କ ସମସ୍ତ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ। ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅନଲାଇନ ମାଧ୍ୟମରେ ପଞ୍ଜିକରଣ କରାଯିବ।
ରାଜ୍ୟର ପ୍ରାୟ ୨,୫୦୦ ଶ୍ରଦ୍ଧାଳୁଙ୍କୁ ଶ୍ରୀକ୍ଷେତ୍ରରେ ମାଗଣା କାର୍ତ୍ତିକ ବ୍ରତ ପାଳନର ସୁବିଧା ଯୋଗାଇ ଦେବେ ସରକାର। ଏଥିପାଇଁ ଖୁବଶୀଘ୍ର ଆରମ୍ଭ ହେବ ଅନ୍‌ଲାଇନ ପଞ୍ଜୀକରଣ ବ୍ୟବସ୍ଥା। ଜଟିଳ ରୋଗ ଓ ବୟସାଧିକ୍ୟ ଲୋକଙ୍କୁ ଏଥିପାଇଁ ସୁଯୋଗ ମିଳି ନପାରେ। ମନୋନୟନ ପୂର୍ବରୁ ଏକ ଡାକ୍ତରୀ ଦଳ ଆବେଦନକାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବେ। ମନୋନୀତ ହବିଷ୍ୟାଳିଙ୍କୁ ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ପୁରୁଣା ମହିଳା କଲେଜ କୋଠା, ବାଗେଡ଼ିଆ ଧର୍ମଶାଳା ଓ ପୌର କଲ୍ୟାଣ ମଣ୍ଡପରେ ଆବାସ ଯୋଗାଇ ଦିଆଯିବ।

ଏହାଛଡ଼ା ଦିନକୁ ଗୋଟିଏ ଥର ମହାପ୍ରସାଦ ଦିଆଯିବ। ସ୍ବତନ୍ତ୍ର ଗାଡ଼ିରେ ନେଇ ଜଗନ୍ନାଥ ଦର୍ଶନ ବ୍ୟବସ୍ଥା କରାଯିବ। ହବିଷ୍ୟାଳି ଶିବିରଗୁଡ଼ିକରେ ରାଧା ଦାମୋଦର ପୂଜା, ଆକାଶ ଦୀପ, ଚଉରା ପୂଜା, କାର୍ତ୍ତିକ ପୁରାଣ ପାଠ, ଭାଗବତ ପ୍ରବଚନ ବ୍ୟବସ୍ଥା କରାଯିବ। ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ବୁଧବାର ସ୍ବତନ୍ତ୍ର ସର୍କିଟ ହାଉସରେ ଅନୁଷ୍ଠିତ ହୋଇଥିଲା। ଅନ୍ୟୂନ ୧୫ ଦିନ ପୂର୍ବରୁ ଏଥିପାଇଁ ବିଜ୍ଞାପନ ପ୍ରକାଶ ନିମନ୍ତେ ସେ ନିର୍ଦ୍ଦେଶ ଦେଇଛନ୍ତି। ମନୋନୀତ ଶ୍ରଦ୍ଧାଳୁଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଫଟୋ ପରିଚୟପତ୍ର ଯୋଗାଇ ଦିଆଯିବ।

ହବିଷ୍ୟାଳୀ ମାଆ ମାନଙ୍କର ସେବାକୁ ନିଷ୍ଠା ଓ ଧର୍ମର କାର୍ଯ୍ୟ ବୋଲି ବିବେଚନା କରି ପ୍ରତ୍ୟେକ ଦାୟିତ୍ୱ ନିର୍ବାହ ପାଇଁ ଜିଲ୍ଲାପାଳ ଆହ୍ୱାନ ଦେଇଛନ୍ତି । ମାଆ ମାନଙ୍କର ସୁରକ୍ଷିତ ରହଣି, ପ୍ରବଚନ, ଭଜନ, ପାଲା ଇତ୍ୟାଦି ବ୍ୟବସ୍ଥା ସହ ଚିକିତ୍ସା, ପରିମଳ, ପାନୀୟ ଜଳ, ସ୍ୱଛାସେବୀ ସହଯୋଗର ମଧ୍ୟ ବ୍ୟବସ୍ଥା କରାଯିବ। ଏଥିପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି।

Leave A Reply

Your email address will not be published.