ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର

0

ଭୁବନେଶ୍ଵର; ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ଏନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ସୂଚନା ଦେଇଛନ୍ତି।

ମନ୍ତ୍ରୀ କହିଛନ୍ତି, ‘ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ। ପୂର୍ବରୁ ୧ ଲକ୍ଷରୁ ଊର୍ଦ୍ଧ୍ବ ହିତାଧିକାରୀଙ୍କୁ ଯୋଜନାରେ ସାମିଲ୍ କରାଯାଇଛି। ନଭେମ୍ବରରେ ଦିଆଯିବ ପିଏମ୍‌ ଆବାସର କାର୍ଯ୍ୟାଦେଶ।’ ସେହିପରି ନୂଆ ପିଏମ୍‌ ଆବାସ ସର୍ଭେରେ ଆବେଦନ କରିଥିଲେ ୩୫ ଲକ୍ଷ ହିତାଧିକାରୀ। ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ ଏବଂ କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.