ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଉପରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବନି ବିଜେଡି

0

ଭୁବନେଶ୍ବର: ଆସନ୍ତାକାଲି ହେବାକୁ ଥିବା ଉପ-ରାଷ୍ଟ୍ରପତି ନିର୍ବାଚନକୁ ନେଇ ନିଜର ସ୍ଥିତି ସ୍ପଷ୍ଟ କରିଛି ବିଜୁ ଜନତା ଦଳ। ଉପ-ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଅନୁପସ୍ଥିତ ରହିବ ବୋଲି ବିଧିବଦ୍ଧ ଘୋଷଣା କରିଛି। ବିଜେଡିର ରାଜ୍ୟସଭା ନେତା ସସ୍ମିତ ପାତ୍ର ଏନେଇ ସୂଚନା ଦେଇଛନ୍ତି।
ବିଜୁ ଜନତା ଦଳ ସମଦୂରତା ନୀତି ଉଭୟ ଏନଡିଏ ଓ ଇଣ୍ଡିଆ ମେଣ୍ଟ ଠାରୁ ରଖିବ। ରାଜ୍ୟସଭାରେ ଅଛନ୍ତି ବିଜେଡିର ୭ ସାଂସଦ। ସି.ପି. ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରିଛି ଏନଡିଏ। ମୈଦାନରେ ଇଣ୍ଡି ମେଣ୍ଟର ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀ ରହିଛନ୍ତି। କାହାକୁ ବି ସମର୍ଥନ କରିବନି ବିଜେଡି।ତେବେ ଦିଲ୍ଲୀ ଗସ୍ତରେ ଅଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ୨୦୧୨ରେ ବି ଏମିତି କରି ସାରିଛି ବିଜେଡି।

ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡିର ସ୍ଥିତିକୁ ନେଇ ଚାଲିଥିବା ଚର୍ଚ୍ଚାର ଅବସାନ ଘଟିଛି। ସବୁ ଚର୍ଚ୍ଚାର ଅବସାନ ଘଟାଇ ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ନିଜର ସ୍ଥିତି ସ୍ପଷ୍ଟ କରିଛି ବିଜେଡି। ନିର୍ବାଚନରେ ଅନୁପସ୍ଥିତ ରହିବାକୁ ବିଜେଡି ଘୋଷଣା କରିଛି। ବିଜେଡିର ରାଜ୍ୟସଭା ନେତା ସସ୍ମିତ ପାତ୍ର କହିଛନ୍ତି, “ଆସନ୍ତାକାଲି ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନରେ ଅନୁପସ୍ଥିତ ରହିବାକୁ ବିଜୁ ଜନତା ଦଳ ନିଷ୍ପତ୍ତି ନେଇଛି। ବିଜୁ ଜନତା ଦଳ ସମଦୂରତା ନୀତି ଉଭୟ ଏନଡିଏ ଓ ଇଣ୍ଡିଆ ମେଣ୍ଟ ଠାରୁ ରଖିବ। ଆମେ ଓଡିଶାର ବିକାଶ ଓ ଉନ୍ନୟନ ଉପରେ ନଜର ରଖିଛୁ।
ରାଜନୈତିକ ଦୃଷ୍ଟିକୋଣରୁ ବିଜେଡିର ଏହି ନିଷ୍ପତ୍ତି ବେଶ ଗୁରୁତ୍ୱ ବହନ କରୁଥିଲା। ବିଜେଡି ଯଦି ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିଥାନ୍ତା, ତେବେ ବିଜେଡି-ବିଜେପି ଏକ ବୋଲି ପୁନର୍ବାର କଥା ଉଠିଥାନ୍ତା। ଯଦି ବିଜେଡି ଇଣ୍ଡିଆ ମେଣ୍ଟର ପ୍ରାର୍ଥୀଙ୍କୁ ସମର୍ଥନ କରିଥାନ୍ତା, ତେବେ କେନ୍ଦ୍ରୀୟ ବିଜେପି ସହ ମୁଁହାମୁହିଁ ହେବାକୁ ପଡିଥାନ୍ତା। ଜାତୀୟ ରାଜନୀତିରେ ଆଉ ଏକ ସମିକରଣ ମଧ୍ୟ ସୃଷ୍ଟି ହୋଇଥାନ୍ତା। ହେଲେ ଏ ଦୁଇଟି ରାସ୍ତାକୁ ଛାଡ଼ି ବିଜେଡି ତୃତୀୟ ରାସ୍ତା ବାଛିଛି ବିଜେଡି।

Leave A Reply

Your email address will not be published.