ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ

0

ନୂଆପଡା: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ। ହୃଦଘାତର ଶିକାର ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ। ତେବେ ବର୍ତ୍ତମାନ ତାଙ୍କ ପାର୍ଥୀବ ଶରୀରକୁ ଚେନ୍ନାଇରୁ ଓଡ଼ିଶାକୁ ଅଣାଯାଉଛି। ୨୦୦୪ରେ ପ୍ରଥମେ ସ୍ବାଧୀନ ଭାବେ ବିଧାୟକ ନିର୍ବାଚିତ ହୋଇଥିଲେ। ପରେ ୨୦୦୯, ୨୦୧୯ ଓ ୨୦୨୪ରେ ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

୧୯୫୬ ମସିହାର ନଭେମ୍ବର ୨୦ ତାରିଖରେ ରାଜେନ୍ଦ୍ର ଢୋଲକିଆଙ୍କ ଜନ୍ମ। ନୂଆପଡ଼ା ବିଧାନସଭା ଆସନରୁ ୨୦୦୪ ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ି ନିର୍ବାଚିତ ହୋଇଥିଲେ ଢୋଲକିଆ। ଏହାପରେ ୨୦୦୯ରେ ସେ ପୁଣିଥରେ ବିଜେଡି ପ୍ରାର୍ଥୀ ହୋଇ ପୁଣି ବିଜୟ ଲାଭ କରିଥିଲେ। ହେଲେ ୨୦୧୪ରେ କିନ୍ତୁ ପରାଜୟର ସ୍ବାଦ ଚାଖି, ପୁଣି ୨୦୧୯ରେ ବିଜେଡି ଟିକେଟରେ ନିର୍ବାଚିତ ହୋଇ ରାଜ୍ୟ ସରକାରଙ୍କ ଯୋଜନା ଓ ସଂଯୋଜନା ବିଭାଗର କ୍ୟାବିନେଟ୍‌ ମନ୍ତ୍ରୀ ହୋଇଥିଲେ ରାଜେନ୍ଦ୍ର।

ନବୀନଙ୍କ ୫ମ ପାଳିରେ ମନ୍ତ୍ରିମଣ୍ଡଳରେ ନୂଆପଡାର ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ କ୍ୟାବିନେଟରେ ସାମିଲ କରାଯାଇଥିଲା। ନୂଆପଡାରୁ ଲଗାତର ବିଧାନସଭାକୁ ପ୍ରତିନିଧିତ୍ୱ କରିଛନ୍ତି ରାଜେନ୍ଦ୍ର। ୨୦୨୪ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ନୂଆପଡ଼ା ସମେତ ରାଜନୀତି ମାହୋଲରେ ଶୋକର ଛାୟା ଖେଳିଯାଇଛି।

ନବୀନ ସରକାରରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ଥିଲେ ଢୋଲକିଆ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.