ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

ବିଜେଡି ଛାଡିଲେ ଏନ୍‍.ଭାସ୍କର ରାଓ

0

ଭୁବନେଶ୍ଵର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହି ଅବସରରେ ସେ ଏକ ବଡ଼ ଘୋଷଣା କରି ବିଜୁ ସ୍ବାଭିମାନ ମଞ୍ଚ ଗଠନ ହେବା ନେଇ ସୂଚନା ଦେଇଛନ୍ତି। ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସେ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି।
ତାଙ୍କ ସହ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା ଏବଂ ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା ମଧ୍ୟ ବିଜେଡି ଛାଡ଼ିଛନ୍ତି। ଇସ୍ତଫା ପୂର୍ବରୁ ହଜାର ସଂଖ୍ୟାରେ ବିଜେଡି ନେତା ଓ କର୍ମୀ ଭାସ୍କର ରାଓଙ୍କ କାର୍ଯ୍ୟାଳୟରେ ଏକତ୍ରିତ ହୋଇଥିଲେ।
ତେବେ ସୂଚନା ଅନୁସାରେ ବିଜେଡିର କାର୍ଯ୍ୟକଳାପକୁ ନେଇ ଅସନ୍ତୁଷ୍ଟ ଥିଲେ ଭାସ୍କର ରାଓ। ସାମ୍ବାଦିକ ସମ୍ମିଳନୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଜିଲା ସଭାପତି ଚୟନ ନେଇ ଅସନ୍ତୁଷ୍ଟ ଥିଲେ ଏନ୍‍.ଭାସ୍କର ରାଓ। ବିଜେଡିର ସଭାପତି ଚୟନ ସମସ୍ତଙ୍କ ମନରେ ଆଘାତ ଦେଇଛି, ପରାଜିତ ବ୍ୟକ୍ତିଙ୍କୁ ସଭାପତି ପଦ ଦିଆଯାଇଛି। ହେଲେ ଦକ୍ଷ ନେତାଙ୍କୁ ପଚରାଯାଉନି। ଆମେ ନବୀନ ବିରୋଧୀ ନୁହେଁ, କିନ୍ତୁ ବିଜୁ ପ୍ରେମୀ। କର୍ମୀ ଯାହା ନିଷ୍ପତ୍ତି ନେବେ ଆମେ ମାନିବୁ।

Leave A Reply

Your email address will not be published.