ଭୁବନେଶ୍ଵର: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ ମଙ୍ଗଳବାର ଦଳରୁ ଇସ୍ତଫା ଦେଇଛନ୍ତି। ଏହି ଅବସରରେ ସେ ଏକ ବଡ଼ ଘୋଷଣା କରି ବିଜୁ ସ୍ବାଭିମାନ ମଞ୍ଚ ଗଠନ ହେବା ନେଇ ସୂଚନା ଦେଇଛନ୍ତି। ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସେ ତାଙ୍କ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି।
ତାଙ୍କ ସହ ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା ଏବଂ ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା ମଧ୍ୟ ବିଜେଡି ଛାଡ଼ିଛନ୍ତି। ଇସ୍ତଫା ପୂର୍ବରୁ ହଜାର ସଂଖ୍ୟାରେ ବିଜେଡି ନେତା ଓ କର୍ମୀ ଭାସ୍କର ରାଓଙ୍କ କାର୍ଯ୍ୟାଳୟରେ ଏକତ୍ରିତ ହୋଇଥିଲେ।
ତେବେ ସୂଚନା ଅନୁସାରେ ବିଜେଡିର କାର୍ଯ୍ୟକଳାପକୁ ନେଇ ଅସନ୍ତୁଷ୍ଟ ଥିଲେ ଭାସ୍କର ରାଓ। ସାମ୍ବାଦିକ ସମ୍ମିଳନୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଜିଲା ସଭାପତି ଚୟନ ନେଇ ଅସନ୍ତୁଷ୍ଟ ଥିଲେ ଏନ୍.ଭାସ୍କର ରାଓ। ବିଜେଡିର ସଭାପତି ଚୟନ ସମସ୍ତଙ୍କ ମନରେ ଆଘାତ ଦେଇଛି, ପରାଜିତ ବ୍ୟକ୍ତିଙ୍କୁ ସଭାପତି ପଦ ଦିଆଯାଇଛି। ହେଲେ ଦକ୍ଷ ନେତାଙ୍କୁ ପଚରାଯାଉନି। ଆମେ ନବୀନ ବିରୋଧୀ ନୁହେଁ, କିନ୍ତୁ ବିଜୁ ପ୍ରେମୀ। କର୍ମୀ ଯାହା ନିଷ୍ପତ୍ତି ନେବେ ଆମେ ମାନିବୁ।
ପ୍ରମୁଖ ଖବର
ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ