ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ନେପାଳରେ ଫସିଥିବା ୨୩ ଓଡ଼ିଆ ଯାତ୍ରୀ ସୁରକ୍ଷିତ ଉଦ୍ଧାର

0

ଭୁବନେଶ୍ବର: ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି । ଓଡ଼ିଶାରୁ ୨୩ ଜଣ ଯାତ୍ରୀ ନେପାଳ ବୁଲିବାକୁ ଯାଇଥିଲେ ।

ନେପାଳରେ ହିଂସାକାଣ୍ଡ ହେବା ପରେ ଫସି ରହିଥିଲେ ବହୁ ପର୍ଯ୍ୟଟକ। ଉକ୍ତ ଘଟଣାଟି ସାମନାକୁ ଆସିବା ପରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ, ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନେପାଳ କାଠମାଣ୍ଡୁ ସ୍ଥିତ ଭାରତର ଦୂତାବାସ କାର୍ଯ୍ୟାଳୟ, ରୋମାନିଆ ପାଇଁ ରହିଥିବା ଭାରତର ରାଷ୍ଟ୍ରଦୂତ ଡ଼. ମନୋଜ କୁମାର ମହାପାତ୍ରଙ୍କୁ ଯୋଗାଯୋଗ କରିଥିଲା। ସମସ୍ତଙ୍କ ମିଳିତ ସହଯୋଗରେ ନେପାଳରେ ଫସି ରହିଥିବା ୨୩ଜଣ ଓଡ଼ିଆ ଯାତ୍ରୀମାନଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଅଛି।

ନେପାଳରେ ଫସିଥିବା ବହୁ ଭାରତୀୟ ବି ଦେଶକୁ ଫେରିବାକୁ ଚେଷ୍ଟା କରୁଛନ୍ତି। ଏବେ ସ୍ଥିତି ବିଗିଡ଼ିଥିବାରୁ ଫେରିବାକୁ ସେମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗତକାଲିଠୁ କାଠମାଣ୍ଡୁ ଏୟାରପୋର୍ଟ ଖୋଲିଛି। ବିମାନ ଚଳାଚଳ ପୁରାପୁରି ସ୍ଵାଭାବିକ ହୋଇ ନାହିଁ। ତଥାପି ବିମାନ ଜରିଆରେ ଦେଶକୁ ଫେରିବାକୁ ଲୋକେ ଅପେକ୍ଷା କରିଛନ୍ତି। ନେପାଳ ଆର୍ମି ପକ୍ଷରୁ ସୀମାରେ ଦେଶବ୍ୟାପୀ କଟକଣା ଜାରି କରିଥିବାବେଳେ ଭାରତ-ନେପାଳ ସୀମାରେ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭାରତ ସରକାରଙ୍କ ପକ୍ଷରୁ ନେପାଳରେ ରହୁଥିବା ଭାରତୀୟଙ୍କ ଲାଗି ଆଡଭାଇଜରୀ ଜାରି କରାଯାଇଛି।

Leave A Reply

Your email address will not be published.