ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

୪୦ କୋଟି ବ୍ୟୟରେ ଭୁବନେଶ୍ୱରରେ ନିର୍ମାଣ ହେବ ଆଦର୍ଶ ଗୋଶାଳା

0

ଭୁବନେଶ୍ବର: ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା। ଏନେଇ ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ। ଏଥିଲାଗି ଜମି ଚିହ୍ନଟ ସରିଛି। ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ ପ୍ରଡକ୍ଟ ବାହାର କରାଯିବ। ସହରାଞ୍ଚଳ ରାଜରାସ୍ତାରୁ ଗୋରୁଙ୍କୁ ହଟାଇବା ପାଇଁ ୫ଟି ସ୍ଥାନରେ ଗୋଶାଳା ନିର୍ମାଣ ହେଉଛି। ସରକାର ଏ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହା ପୂର୍ବରୁ ରଜ୍ୟର ବିଭିନ୍ନ ସ୍ଥାନରେ ଗୋଶାଳା ନିର୍ମାଣ ଆରମ୍ଭ ହୋଇଛି।

ସେହିପରି ସହରାଞ୍ଚଳ ଗୁଡିକରେ ରାଜରାସ୍ତାରୁ ଗାଈଗୋରୁଙ୍କୁ ହଟାଇବା ପାଇଁ ୫ ଟି ସ୍ଥାନରେ ଗୋଶାଳା କରାଯାଉଛି। ରାସ୍ତାରେ ଦୁର୍ଘଟଣା ଉଭୟ ଲୋକ ଏବଂ ଗାଈ ଗୋରୁ ଆଘାତ ପାଇ ପ୍ରାଣ ହରାଉଛନ୍ତି। ସରକାର ଏନେଇ ସମ୍ବେଦନଶୀଳ ଅଛନ୍ତି ବୋଲି କହିଛନ୍ତି ନଗର ଉନ୍ନୟନମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।

Leave A Reply

Your email address will not be published.