ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ

0

ନୂଆଦିଲ୍ଲୀ; ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ମଧ୍ୟ ଉପସ୍ଥିତ। ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଉପସ୍ଥିତ ଥିଲେ।

ନୂଆଦିଲ୍ଲୀର ନୂତନ ସଂସଦ ଭବନରେ ମଙ୍ଗଳବାର ସକାଳ ୧୦ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ନୂତନ ଉପରାଷ୍ଟ୍ରପତି ପାଇଁ ଭୋଟିଂ କରାଯାଇଥିଲା। ଏହା ପରେ, ଭୋଟ ଗଣନା କରାଯାଇଥିଲା, ଯେଉଁଥିରେ ରାଧାକ୍ରିଷ୍ଣନ ବିଜୟୀ ହୋଇଥିଲେ। ଭାରତର ଉପରାଷ୍ଟ୍ରପତି ପଦ ପାଇଁ NDA ପ୍ରାର୍ଥୀ ରାଧାକ୍ରିଷ୍ଣନ ଏବଂ ଇଣ୍ଡିଆ ବ୍ଲକ ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହୋଇଥିଲା।

ଗତକାଲି ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ରାଧାକ୍ରିଷ୍ଣନ ଇସ୍ତଫା ଦେଇଥିଲେ। ଉପରାଷ୍ଟ୍ରପତି ର୍ନିବାଚନରେ ଏନଡିଏ ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ୪୫୨ ଭୋଟ ପାଇଛନ୍ତି। ଏହି ବିଜୟ ସହିତ, ରାଧାକୃଷ୍ଣନ ଦେଶର ଉପରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି।

Leave A Reply

Your email address will not be published.