ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ଗଣେଶ ଭସାଣି ବେଳେ ମାଡ଼ିଗଲା ଟ୍ରକ୍‌: ୮ ମୃତ, ୨୦ ଗୁରୁତର

0

କର୍ଣ୍ଣାଟକ: ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ। କର୍ଣ୍ଣାଟକ ହାସନ ଜିଲାର ଏକ ଗାଁରେ ଶୁକ୍ରବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଶୋଭାଯାତ୍ରା ମଧ୍ୟକୁ ଏକ ଟ୍ରକ୍‌ ମାଡ଼ିଯିବାରୁ ୮ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ଶୁକ୍ରବାର ଗଣେଶ ଚତୁର୍ଥୀ ପାଳନର ଶେଷ ଦିନ ଥିବାବେଳେ ରାତି ୮ଟା ୪୫ ମିନିଟ୍‌ ସମୟରେ ମୋସାଲେ ହୋସାହାଲି ଗ୍ରାମରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ଯୁବକ। ଆହତମାନଙ୍କୁ ହାସନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଅରକଲାଗୁଡୁରୁ ଆସୁଥିବା ଏକ ଟ୍ରକ୍‌ଟି ନିୟନ୍ତ୍ରଣ ହରାଇ ଶ୍ରଦ୍ଧାଳୁମାନଙ୍କ ଉପରେ ମାଡ଼ିଯାଇଥିଲା। ଏଥିରେ ୮ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ମର୍ମନ୍ତୁଦ ଦୁର୍ଘଟଣାରେ ଏତେସଂଖ୍ୟାରେ ଶ୍ରଦ୍ଧାଳୁ ମୃତାହତ ହୋଇଥିବାରୁ କେନ୍ଦ୍ର ଭାରୀଶିଳ୍ପ ଓ ଇସ୍ପାତ ମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ଶୋକବ୍ୟକ୍ତ କରିଛନ୍ତି। ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Leave A Reply

Your email address will not be published.