ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ

0

ଯାଜପୁର: ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ। ୧୦ ପରିବାରର ୨୩ ଜଣ ସଦସ୍ୟ ସୁରକ୍ଷିତ ଭାବେ ଯାଜପୁର ଫେରିଛନ୍ତି। ହାୱଡା- ଭୁବନେଶ୍ୱର ଜନଶତାବ୍ଦୀ ଏକ୍ସପ୍ରେସରେ ଆସି ଯାଜପୁର ରୋଡ ରେଳଷ୍ଟେସନରେ ଓହ୍ଲାଇଛନ୍ତି ପର୍ଯ୍ୟଟକମାନେ। ପଶୁପତିନାଥଙ୍କ ଦର୍ଶନ ପାଇଁ ନେପାଳ ଯାଇଥିବା ବେଳେ, ଜେନ-ଜି ବିକ୍ଷୋଭ ଯୋଗୁଁ ସମସ୍ତେ ଫସି ରହିଥିଲେ। ପରେ ବୁଲାଇବାକୁ ନେଇଥିବା ଟ୍ରାଭେଲ୍ ସଂସ୍ଥା ସହାୟତାରେ ସମସ୍ତଙ୍କୁ ସୁରକ୍ଷିତ ଭାବେ ଓଡ଼ିଶା ଅଣାଯାଇଛି।

ନେପାଳରେ ଉପୁଜିଥିବା ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୩ଜଣ ଓଡ଼ିଆ ଯାତ୍ରୀଙ୍କୁ ନେପାଳରୁ ଉଦ୍ଧାର କରି ଭାରତକୁ ଫେରାଇ ଅଣାଯାଇଛି। ଓଡ଼ିଶାରୁ ୨୩ଜଣ ଯାତ୍ରୀ ନେପାଳ ଭ୍ରମଣରେ ଯାଇଥିଲେ ଏବଂ ସାମ୍ପ୍ରତିକ ପରିସ୍ଥିତି କାରଣରୁ ଓଡ଼ିଆ ଯାତ୍ରୀମାନେ ନେପାଳରେ ଫସି ରହିଥିଲେ। ଉକ୍ତ ଘଟଣାଟି ସାମନାକୁ ଆସିବାର ୫ ଘଣ୍ଟା ସମୟ ମଧ୍ୟରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ, ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ, ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ, ନେପାଳ କାଠମାଣ୍ଡୁ ସ୍ଥିତ ଭାରତର ଦୂତାବାସ କାର୍ଯ୍ୟାଳୟ, ରୋମାନିଆ ପାଇଁ ରହିଥିବା ଭାରତର ରାଷ୍ଟ୍ରଦୂତ ଡ଼. ମନୋଜ କୁମାର ମହାପାତ୍ରଙ୍କ ମିଳିତ ସହଯୋଗରେ ନେପାଳରେ ଫସି ରହିଥିବା ୨୩ଜଣ ଓଡ଼ିଆ ଯାତ୍ରୀମାନଙ୍କୁ ନେପାଳରୁ ଭାରତକୁ ଫେରାଇ ଅଣାଯାଇଛି।

ସୂଚନାମୁତାବକ ନେପାଳରେ ସୋସିଆଲ ମିଡିଆ ଉପରେ ପ୍ରତିବନ୍ଧକ ଲଗାଇବା ନିଷ୍ପତ୍ତି ବିରୋଧରେ ବିକ୍ଷୋଭ ଆରମ୍ଭ ହୋଇଥିଲା । ଜେନ୍‌-ଜି ପ୍ରଦର୍ଶନକାରୀମାନେ ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ବାସଭବନ, ପ୍ରଧାନମନ୍ତ୍ରୀଙ୍କ ବାସଭବନ ଏବଂ ଅନେକ ମନ୍ତ୍ରୀଙ୍କ ଘରେ ଭଙ୍ଗାରୁଜା ଏବଂ ନିଆଁ ଲଗାଇ ଦେଇଥିଲେ। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ପରେ ବି ହିଂସାକାଣ୍ଡ ଜାରି ରହିଥିଲା।

Leave A Reply

Your email address will not be published.