ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ

0

ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା। ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ ଠାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ପ୍ରାୟ ଅଢ଼େଇ ହଜାର ହବିଷ୍ୟାଳୀଙ୍କ ପାଇଁ ଏଥର ହୋଇଛି ବ୍ୟବସ୍ଥା। ଏନେଇ ବିଜ୍ଞପ୍ତି ଜାରି ହୋଇଛି।
ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତୀକ ବ୍ରତ। ଆଉ ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ ତିନଟି କୋଠାରେ ରହିବେ ହବିଷ୍ୟାଳୀ। ତେବେ ଏଥର ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନ ମାଧ୍ୟମରେ କରାଯିବ। କେଉଁଠି ରହିବେ ଓ ଆଇଡି କାର୍ଡ ଆଦିର ସମସ୍ତ ତଥ୍ୟ ଅନଲାଇନ ମାଧ୍ୟମରେ ହେବାକୁ ଯୋଜନା କରିଛନ୍ତି ପୁରୀ ଜିଲାପାଳ। ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ୨୦୨୫ ପାଇଁ ଆସନ୍ତା ୧୯ ତାରିଖରୁ ଆବେଦନ କରିପାରିବେ ହବିଷ୍ୟାଳୀ। https/edistrict.odisha.gov.in ଅନଲାଇନ୍ ଲିଙ୍କ ରେ ଆବେଦନ କରିପାରିବେ।

୧୯ ତାରିଖ ପୂର୍ବାହ୍ନ ୧୦ଟା ଠାରୁ ଆବେଦନ ଆରମ୍ଭ ହେବ । ୭୦ ବର୍ଷ ବୟସ ପର୍ଯ୍ୟନ୍ତ ବିଧବା ମହିଳା ଓ ୫୦ ରୁ ୭୦ ବର୍ଷ ପର୍ଯ୍ୟନ୍ତ ବିବାହିତ ମହିଳାମାନେ ଆବେଦନ କରିପାରିବେ। ଶାରୀରିକ ମାନସିକ ଭାବରେ ସୁସ୍ଥ ଥିବା ସହ ନୂଆ ଆବେଦନକାରୀ ହୋଇଥିଲେ ଦିଆଯିବ ପ୍ରାଧାନ୍ୟ। କେବଳ ଅନଲାଇନରେ ପଞ୍ଜିକୃତ ହୋଇଥିବା ମା ମାନେ ହିଁ ହାବିଷ୍ୟାଳି ଶିବିରରେ ଅନୁମତି ପାଇବେ। ପ୍ରତିବର୍ଷ ଭଳି ରହଣି, ଜଗନ୍ନାଥ ଦର୍ଶନ, ପ୍ରସାଦ ସେବନ ବ୍ୟବସ୍ଥା କରିବେ ସରକାର। ଏକମାସ ଧରି ସେମାନଙ୍କୁ ନିଶୁଳ୍କ ମହାପ୍ରସାଦ ଯୋଗାଇ ଦିଆଯିବ।

Leave A Reply

Your email address will not be published.