ପ୍ରମୁଖ ଖବର

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା
ଦେଶରେ ନିର୍ମାଣ ହେବ ୩ଟି ନୂଆ ଏମ୍ସ, ୭ଟି ରେଳ କରିଡର୍
ବାୟୋଫାର୍ମା କ୍ଷେତ୍ର ପାଇଁ ୧୦ ହଜାର କୋଟି, ଶସ୍ତା ହେବ ସୁଗାର କର୍କଟ ଔଷଧ
କେନ୍ଦ୍ରୀୟ ବଜେଟ୍ ୨୦୨୬-୨୭ ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ
ପୁଲିସ୍ ଗୁଳିରେ ଦୁର୍ଦ୍ଦାନ୍ତ ଡକାୟତ ସିପୁ ଆହତ

ବାମରା ତହସିଲଦାର୍‌ ଅଶ୍ୱିନୀ ପଣ୍ଡାଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

0

ସମ୍ବଲପୁର: ବାମରା ତହସିଲଦାର୍‌ ଅଶ୍ୱିନୀ ପଣ୍ଡାଙ୍କୁ ମଙ୍ଗଳବାର ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ସେ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗତ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ତାଙ୍କୁ ମାଡି ବସିଥିଲା।

ଲାଞ୍ଚ ନେଇ ଗିରଫ ହୋଇଥିବା ୨୦୧୯ ବ୍ୟାଚ୍‌ର ଓଏଏସ୍ ଟପ୍ପର ତଥା ସମ୍ବଲପୁର ଜିଲ୍ଲା ବାମରା ତହସିଲଦାର ଅଶ୍ୱିନୀ ପଣ୍ଡାଙ୍କୁ ନିଲମ୍ବନ କରିଛନ୍ତି ସରକାର। ଏନେଇ ସୋମବାର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏକ ଚାଷ ଜମିର ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ସେ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା। ଅଶ୍ୱିନୀଙ୍କ ପାଇଁ ଲାଞ୍ଚ ନେବା ବେଳେ ତାଙ୍କ ଅଫିସ୍‌ ଡ୍ରାଇଭର ପି.ପ୍ରବୀନ କୁମାରଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଥିଲା ।ଲାଞ୍ଚ ନେଇ ଧରାପଡ଼ିବା ପରେ ଭିଜିଲାନ୍ସ ପକ୍ଷରୁ ଶ୍ରୀ ପଣ୍ଡାଙ୍କ ଘରେ ଖାନତଲାସୀ କରାଯାଇଥିଲା। ସେତେବେଳେ ଭିଜିଲାନ୍ସକୁ ମିଳିଥିଲା ନଗଦ ୪.୭ ଲକ୍ଷ ଟଙ୍କା।

Leave A Reply

Your email address will not be published.