ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ବିଧାନସଭା ଜଗିବେ ୩୦ ପ୍ଲାଟୁନ୍‌ ଫୋର୍ସ

0

ଭୁବନେଶ୍ବର: ଗୁରୁବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍ ପୁଲିସ୍‌ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଅଧିବେଶନ ୨୫ ତାରିଖ ଯାଏ ଚାଲିବ।

ବିଧାନସଭାରେ ୭ଟି କାର୍ଯ୍ୟ ଦିବସ ରହିଛି। ଆସନ୍ତାକାଲିଠାରୁ ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। କରାଯାଇଥିବା ବ୍ୟବସ୍ଥା ଉପରେ ପ୍ରତିକ୍ରିୟା ଦେଇ ପୁଲିସ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଓ ପୁଲିସ କମିଶନର ସୁରେଶ ଦେବଦତ୍ତ ସିଂହ କହିଛନ୍ତି ଯେ, ସୁରକ୍ଷାକୁ ଦୃଷ୍ଟି ରଖି ୩୦ ପ୍ଲାଟୁନ୍ ପୁଲିସ୍‌ ଫୋର୍ସ ମୁତୟନ କରାଯିବା ସହ ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ଵାର୍ଡ, ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ। ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି। ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି। କଣ୍ଟ୍ରୋଲ୍‌ ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ। ୧୫୦ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ। ଅଧିବେଶନ ଆରମ୍ଭ ପୂର୍ବରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି। ଲୋୟର ପିମଜିରେ ୧୪୪ ଧାରା ଜାରି କରାଯିବ। ସିସିଟିଭି ସରଭିଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।

Leave A Reply

Your email address will not be published.