ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

୯୧୩ଟି ନବନିର୍ମିତ ଅଙ୍ଗନବାଡ଼ି କେନ୍ଦ୍ର ଉଦଘାଟିତ

0

ଭୁବନେଶ୍ବର: ରାଜ୍ୟରେ ଉଦଘାଟନ ହେଲା ନବନିର୍ମିତ ୯୧୩ଟି ଅଙ୍ଗନବାଡ଼ି କେନ୍ଦ୍ର। ସମସ୍ତ କେନ୍ଦ୍ରକୁ ଉଦ୍‌ଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଜି ଡବ୍ଲୁସିଡିର ସମ୍ମିଳନୀ କକ୍ଷଠାରେ ଆଭାସୀ ମାଧ୍ୟମରେ ଏହାକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ।

ଏଥିମଧ୍ୟରେ ରହିଛି ଅନୁଗୁଳର ୩୫ଟି, ବାଲେଶ୍ୱରର ୭୭ଟି, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର ୨୬ଟି, ଦେବଗଡ଼ର ୫ଟି, ଢେଙ୍କାନାଳର ୧୮ଟି, ଗଜପତିର ୧୪ଟି, ଗଞ୍ଜାମର ୭୨ଟି, ଜଗତସିଂହପୁରର ୩୭ଟି, ଯାଜପୁରର ୧୯ଟି, ଝାରସୁଗୁଡ଼ାର ୧୮ଟି, କଳାହାଣ୍ଡିର ୯୦ଟି, କନ୍ଧମାଳର ୨୨ଟି, କେନ୍ଦ୍ରାପଡ଼ାର ୨୨ଟି, କେନ୍ଦ୍ରାପଡ଼ାର ୧୭ଟି, କେନ୍ଦୁଝରର ୧୮ଟି, ଖୋର୍ଦ୍ଧାର ୬୧ଟି, କୋରାପୁଟର ୩୪ଟି, ମାଲକାନଗିରିର ୮ଟି, ମୟୂରଭଞ୍ଜର ୭ଟି, ନବରଙ୍ଗପୁରର ୨୬ଟି, ନୟାଗଡ଼ର ୫୬ଟି, ନୂଆପଡ଼ାର ୧୦ଟି, ପୁରୀର ୬୮ଟି, ରାୟଗଡ଼ାର ୧୮ଟି, ସମ୍ବଲପୁରର ୧୨ଟି, ସୁବର୍ଣ୍ଣପୁରର ୧୬ଟି ଓ ସୁନ୍ଦରଗଡ଼ର ୧୭ଟି ନୂଆ ଅଙ୍ଗନୱାଡି କେନ୍ଦ୍ର।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି ଯେ, ଉଦ୍‌ଘାଟନ ହୋଇଥିବା ଏହି ନୂତନ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକ ନିଜସ୍ୱ ଘର ପାଇବା ସହିତ ନୂଆ ପରିଚୟ ପାଇଛନ୍ତି। ସଶକ୍ତ ଅଙ୍ଗନୱାଡ଼ି, ସଶକ୍ତ ଭବିଷ୍ୟତର ପ୍ରତୀକ ଉଦ୍ଦେଶ୍ୟ ନେଇ ଆଜିର ଦିନ ମାଇଲଖୁଣ୍ଟ ସାଜିବ।

ଏହି କାର୍ଯ୍ୟକ୍ରମରେ ମାନ୍ୟବର ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାୟକ ଆଭାସୀ ମାଧ୍ୟମରେ ସମ୍ବଲପୁରରୁ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପଞ୍ଚାୟତିରାଜ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ବରିଷ୍ଠ ଅଧିକାରୀଗଣ ଏବଂ ଆଭାସୀ ମାଧ୍ୟମରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଓ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀମାନେ ଯୋଗଦେଇଥିଲେ।

Leave A Reply

Your email address will not be published.